ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଦୁଇ ଦିନିଆ ସଂସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର ଉଦଯାପିତ

ପୁରୀ,୩/୯ : ପୁରୀ ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆଜି ସଂସ୍କୃତି ଭବନଠାରେ ଉଦଯାପିତ ହୋଇଯାଇଛି । ପାରମ୍ପରିକ ଲୋକ କଳା ଯଥା ପାଲା, ଦାସକାଠିଆ, ଘୋଡ଼ାନାଚ, ଘୁଡୁକି ସଂକୀର୍ତ୍ତନ, ଖଞ୍ଜଣି ଇତ୍ୟାଦି ମାଧ୍ୟମରେ ସରକାରଙ୍କର ବିବିଧ ଜନ ହିତକାରୀ ଯୋଜନା ଗୁଡ଼ିକୁ ଜନ ସାଧାରଣଙ୍କ ନିକଟରେ ପହଞ୍ଚାଇବାରେ ଏହି ଶିବିର ପ୍ରମୁଖ ଭୂମିକା ଗ୍ରହଣ କରିବ। କଳାର ଗୁରୁମାନେ ଯୋଜନା ସମ୍ପର୍କରେ ବିସ୍ତୃତ ଭାବେ ଅବଗତ ହେବା ସହ ନିଜ ଲୋକ କଳା ମାଧ୍ୟମରେ ଏହାକୁ ଲୋକମାନଙ୍କ ନିକଟରେ ଉପସ୍ଥାପନ କରିବେ। ଲୋକମାନଙ୍କୁ ସଚେତନ କରିବା ଦ୍ବାରା ଉପଯୁକ୍ତ ହିତାଧିକାରୀଟି ଉପକୃତ ସହଜ ହୋଇପାରିବ । ହିତାଧିକାରୀ ଜଣଙ୍କ ଯୋଜନା ସମ୍ପର୍କରେ ଅବଗତ ହୋଇପାରିଲେ   ନିଜକୁ ସେଥିରେ ସାମିଲ କରି ଯୋଜନାର ସୁଫଳ ପାଇପାରିବ। ଜାଣିଲେ ଜିଣିବା। ତେଣୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଅଧିକରୁ ଅଧିକ ହିତାଧିକାରୀ ସଚେତନ ହୋଇ ଏଥିରେ ଉପକୃତ ହୋଇପାରିବେ ବୋଲି ଉଦଯାପନ ଦିବସର ବକ୍ତାମାନେ କହିଥିଲେ। 

କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ ଅଧ୍ୟକ୍ଷତା କରିବା ସହ ବିବିଧ ଯୋଜନା ଓ ଏହି ସଚେତନତା କାର୍ଯ୍ୟକ୍ରମର ଆବଶ୍ୟକତା ସମ୍ପର୍କରେ ବିଷଦ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମମତା ମିଶ୍ର ପ୍ରମୁଖ ମଧୁବାବୁ ପେନସନ ଯୋଜନା, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ୫ଟି ବିଦ୍ୟାଳୟ ରୂପାନ୍ତରଣ ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟ ପ୍ରଶିକ୍ଷକ ଭାବେ ସାହିତ୍ୟିକ ବଦ୍ରି ମିଶ୍ର ଓ ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ବସନ୍ତ ପ୍ରଧାନ ଯୋଗଦେଇ ବିସ୍ତୃତ ଭାବେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଲକ୍ଷ୍ୟ ଉଦ୍ଦେଶ୍ୟ ଓ ସଚେତନତା ସମ୍ପର୍କରେ ମତ ରଖିଥିଲେ।

ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ସମସ୍ତଙ୍କୁ ସ୍ୱାଗତ ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା,ଶିକ୍ଷା ଓ ଯୋଗାଯୋଗ ବା ଆଇ ଇ ସି ମାଧ୍ୟମରେ ସରକାରଙ୍କର ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି ଜିଲ୍ଲାସ୍ତରୀୟ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତି ଓ ବରିଷ୍ଠ କଳାକାରମାନେ ଯୋଗଦେଇଥିଲେ । ଏହି ପ୍ରଶିକ୍ଷଣ ଶିବିର ପରେ ବ୍ଲକସ୍ତରରେ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଥିବା ଲୋକକଳା ଦଳମାନଙ୍କୁ ପ୍ରଶିକ୍ଷିତ କରାଯିବା ସହ କଳାର ବିକାଶ କରାଯାଇ କଳାକାରମାନଙ୍କୁ ପ୍ରୋତ୍ସାହିତ କରାଯିବ । 

ପ୍ରଶିକ୍ଷଣ ନେଇଥିବା ଲୋକକଳା ଗୁରୁ ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତିମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ଚଳିତ ମାସ ୧୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ସଚେତନତା ସମ୍ବଳିତ କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ଗ୍ରାମ, ପଞ୍ଚାୟତ ମାନଙ୍କରେ ଆୟୋଜିତ ହେବ ବୋଲି ସଂସ୍କୃତି ଅଧିକାରୀ ଶ୍ରୀ ବେହେରା ସୂଚନା ଦେଇଛନ୍ତି।

Copyright © 2022 - Summa Real Media Private Limited. All Rights Reserved.