କଟକ, ୨୩/୧୦ : ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା। ବଢ଼ିଲା ତତ୍କାଳୀନ ଡିଏଫଓ ଓ ରୋଷେୟାଙ୍କ ଅଡ଼ୁଆ। ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ଉଭୟଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ ଉଚ୍ଚ ନ୍ୟାୟାଳୟ ଅନୁମତି ଦେଇଛନ୍ତି। 

ସୂଚନା ଥାଉକି, ୨୦୨୧ ଜୁଲାଇ ୧୨ ତାରିଖରେ ଏସିଏଫ୍ ସୌମ୍ୟରଞ୍ଜନ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ। ପରବର୍ତ୍ତୀ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୌମ୍ୟଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକ ଅଭିଯୋଗ ଆଣିଥିଲେ। ଘଟଣାରେ ପତ୍ନୀ ବିଦ୍ୟାଭାରତୀ, ତତ୍କାଳୀନ ଡିଏଫଓ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି। ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ମାମଲା ଏବେ ବଚାରାଧୀନ ରହିଛି।