ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ; ୫୦୦୦ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ସୂର୍ଯ୍ୟକାନ୍ତ ସ୍ୱାଇଁ

Published By : Harapriya Sethi | June 26, 2025 1:51 PM

କୁଜଙ୍ଗ,୨୬/୬: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟଙ୍କୁ ମାଡ଼ିବସିଲା ଭିଜିଲାନ୍ସ ଟିମ୍‌ । ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁଙ୍କୁ ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ଟିମ୍‌ । ସେ ଜଣେ ଶିକ୍ଷକଙ୍କଠାରୁ ଗୃହ ନିର୍ମାଣ ଅଗ୍ରିମ ବିଲ୍ ପାଇଁ ୫୦୦୦ ଟଙ୍କା ଲାଞ୍ଚ ନେଉଥିଲେ  ।

ସୂଚନା ମୁତାବକ, ସୂର୍ଯ୍ୟକାନ୍ତ ସ୍ୱାଇଁ ଜଣେ ଶିକ୍ଷକଙ୍କଠାରୁ ଘର ନିର୍ମାଣ ଅଗ୍ରିମ ବିଲ୍ କରିବା ପାଇଁ ୧,୫୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଉକ୍ତ ଗୃହ ନିର୍ମାଣ ଅଗ୍ରିମ ଟଙ୍କା ପୂର୍ବରୁ ସରକାରଙ୍କ କ୍ଷମତାପ୍ରାପ୍ତ କର୍ତ୍ତୃପକ୍ଷଙ୍କ ଦ୍ୱାରା ମଞ୍ଜୁର କରାଯାଇଥିଲା । କିନ୍ତୁ କୁଜଙ୍ଗର ବିଇଓ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁ କୌଣସି କାରଣ ବିନା ବିଲ୍ ପ୍ରସ୍ତୁତ କରିବାରେ ବିଳମ୍ବ କରୁଥିଲେ । ବିଲ୍‌ର ପ୍ରକ୍ରିୟାକରଣ ଏବଂ ରିଲିଜ୍ ପାଇଁ ୫୦୦୦ଟଙ୍କା ଲାଞ୍ଚ ମାଗିଥିଲେ । ତେଣୁ ଅନ୍ୟ କୌଣସି ଉପାୟ ନପାଇ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ସମ୍ମୁଖରେ ଶିକ୍ଷକ ଜଣକ ଏନେଇ ଅଭିଯୋଗ କରିଥିଲେ । ଉକ୍ତ ଅଭିଯୋଗ ଆଧାରରେ ଗୁରୁବାର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁଙ୍କୁ ଅଭିଯୋଗକାରୀଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରିଛି ଭିଜିଲାନ୍ସ ଟିମ୍‌ । ତାଙ୍କ ପାଖକୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.