ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆଚାର୍ଯ୍ୟ ହରିହର ଜୟନ୍ତୀ ପାଳିତ

ପୁରୀ, ୨୭/୨ : ପୁରୀ ଜିଲ୍ଲା ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଆଚାର୍ଯ୍ୟ ହରିହର ସ୍ମୃତି ସଂସଦ ପକ୍ଷରୁ ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ପାଳିତ ହୋଇଛି। ପ୍ରାରମ୍ଭରେ ହରିହର ଛକ ସ୍ଥିତ ଆଚାର୍ଯ୍ୟ ହରିହରଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ମାଲ୍ୟାର୍ପଣ କରିବା ପରେ ଗାନ୍ଧୀ ଘାଟ ଠାରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଏକ ସଭା ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ଆଚାର୍ଯ୍ୟ ହରିହରଙ୍କ ବାଗ୍ନୀତା, ମେଧା ଓ ବୁଦ୍ଧିମତା ଅନନ୍ୟ ବୋଲି କହିବା ସହ ତାଙ୍କ ଆଦର୍ଶ ଓ ଜୀବନ ଦର୍ଶନ ସମଗ୍ର ମାନବ ଜାତିର ପ୍ରେରଣାର ଉତ୍ସ ବୋଲି କହିଛନ୍ତି। ଆଚାର୍ଯ୍ୟ ହରିହରଙ୍କ ସେବା, ସମର୍ପଣ ଓ ତ୍ୟାଗ ତାଙ୍କୁ ଚିର ଅମର କରି ରଖିବ। ତାଙ୍କ ଭଲ ମଣିଷ ହୁଅର ଆହ୍ଵାନ ମଣିଷ ଚରିତ୍ରକୁ ସବୁଦିନ ସଂସ୍କାରିତ କରି ଚାଲିଥିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଡଃ ଶରତ ଚନ୍ଦ୍ର ମହାପାତ୍ର ମତବ୍ୟକ୍ତ କରିଛନ୍ତି। 

ଗାନ୍ଧିବାଦୀ ଗୌରାଙ୍ଗ ଚରଣ ପରିଡା, ସ୍ମୃତି ସଂସଦର ସଦସ୍ୟ ମାୟାଧର ମହାରଣା, ଡଃ ଦେବ ପ୍ରସାଦ ଦାଶ ପ୍ରମୁଖ ଯୋଗ ଦେଇ ଆଚାର୍ଯ୍ୟଙ୍କ ସ୍ମୃତି ଚାରଣ କରିଥିଲେ। ଅନୁଷ୍ଠାନର ସଭାପତି ଉମାବଲ୍ଲଭ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ମୃତି ସଂସଦର ସମ୍ପାଦକ ଶିବ ପ୍ରସାଦ ମିଶ୍ର ସମସ୍ତଙ୍କୁ ସ୍ୱାଗତ ସହ ସର୍ବଧର୍ମ ପ୍ରାର୍ଥନା ପରିବେଷଣ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଉପଖଣ୍ଡ ଲୋକ ସମ୍ପର୍କ ଅଧିକାରୀ ରଘୁନାଥ ସେଠୀ, ସ୍ମୃତି ସଂସଦର ସଦସ୍ୟ ସୁକାନ୍ତ କୁମାର ମହାନ୍ତି, ଜୟନ୍ତୀ ମହାପାତ୍ର, ବାସୁଦେବ ସାହୁ, ଜ୍ୟୋସ୍ନା ନାୟକ, ଇଂ ଗିରିଜା ଶଙ୍କର ପାଢ଼ୀ, ଗଙ୍ଗାଧର ଦାଶ, ଯଜ୍ଞଦତ୍ତ ପାଇକ, ରୂପ ରଞ୍ଜନ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ। ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଓ ଛାତ୍ର ବୃତ୍ତି ପାଇଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଯୁଗ୍ମ ସମ୍ପାଦକ ନବ କିଶୋର ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.