ପ୍ରମୁଖ ଖବର
  • ଭୁବନେଶ୍ଵର : ଭୁବନେଶ୍ୱରରେ ବିଲ୍‌ ଗେଟ୍ସ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ, କୃଷିଭବନ ଓ ବସ୍ତି ବୁଲିବାର ରହିଛି କାର୍ଯ୍ୟକ୍ରମ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ଆରମ୍ଭ ହେଲା ଆଦିବାସୀ ମେଳା ୨୦୨୪, ଚଳିତ ବର୍ଷ ମେଳାର ମୁଖ୍ୟ ଆକର୍ଷଣ ଆଦବାସୀ ଗାଁ ଓ ହାଟ

ଭୁବନେଶ୍ୱର, ୨୭।୧: ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କତୃ ଓ ପରମ୍ପରାକୁ ନେଇ ଆୟୋଜିତ ହୋଇଛି ଆଦବିାସୀ ମେଳା ୨୦୨୪ । ଚଳିତ ବର୍ଷ ୟୁନିଟ୍-୧ସ୍ଥିତ ଆଦବିାସୀ ପଡ଼ିଆରେ ଏହି ମେଳାର ଆୟୋଜନ କରାଯାଇଛି । ଜାନୁଆରୀ ୨୬ରୁ ଆରମ୍ଭ ହୋଇ ଏହି ମେଳା ଫେବୃଆରୀ ୫ ଯାଏ ଚାଲିବ । ପ୍ରତ୍ୟହ ଅପରାହ୍ନ ୨ଟା ୩୦ରୁ ରାତି ୯ଟା ଯାଏ ଏହି ମେଳା ସର୍ବସାଧାରଣଙ୍କ ନିମନ୍ତେ ଖୋଲାରହିବ । ଏହି ମେଳାର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅନୁସୂଚତି ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ଯୋଗ ଦେଇଥିବା ବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଦବିାସୀ ମେଳାର ଶୁଭେଚ୍ଛା ବାର୍ତ୍ତା ଜଣାଇଥିଭଲ । ସମାରୋହରେ ସମ୍ମାନନୀୟ ଅତିଥି ଭାବେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପାରୋଶନ ସାହୁ ଯୋଗ ଦେଇଥିଲେ ।  

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି, ଜନଜାତିମାନେ ଆମର ଗର୍ବ ଓ ଗୌରବ । ଜନଜାତିମାନଙ୍କ ଉନ୍ନତି ଓ କଲ୍ୟାଣ ତଥା ସେମାନଙ୍କ ସଂସ୍କତିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଛି । ଜନଜାତି ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଆଦବିାସୀ ସଂସ୍କୃତି ସହ ପରିଚିତ କରିବା ପାଇଁ ଭାଷା ଲ୍ୟାବ୍ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯାଇଛି । ଜାତୀୟ ସ୍ତରରେ ଜନଜାତିଙ୍କ କଳାକୁ ସ୍ୱତନ୍ତ୍ର ପରିଚୟ ମିଳିପାରିଛି । ଆମ ରାଜ୍ୟରେ ଆଦବିାସୀ ମେଳା ଖୁବ୍ ଲୋକପ୍ରିୟ କାର୍ଯ୍ୟକ୍ରମ । ଏହାଦ୍ୱାରା ଜନଜାତିଙ୍କ ସାମଗ୍ରୀ ପାଇଁ ବଜାର ସୃଷ୍ଟିର ପ୍ରୟାସ କରାଯିବା ସହ ସେମାନଙ୍କ ସଂସ୍କୃତି ସହ ରାଜ୍ୟବାସୀ ପରିଚିତ ହୋଇ ପାରିଥାନ୍ତି ।  

ଅନ୍ୟପକ୍ଷେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସାରକା କହିଛନ୍ତି, ଜନଜାତିଙ୍କ ଜୀବନଶୈଳୀ, ପରମ୍ପରାକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରତିବର୍ଷ ଆଦବିାସୀ ମେଳାର ଆୟୋଜନ କରୁଛି ବିଭାଗ । ସେମାନଙ୍କୁ ସାମାଜକି, ଅର୍ଥନୈତିକ ଭାବଧାରାରେ ସାମିଲ କରିବା ଲକ୍ଷ୍ୟ ନେଇ ଆଦିବାସୀ ମେଳାର ଆୟୋଜନ କରାଯାଉଛି । ଏହାଦ୍ୱାରା ଜନଜାତିଙ୍କ ହସ୍ତକଳା ସାମଗ୍ରୀ ଏବଂ ଆଦିବାସୀ ଅଞ୍ଚଳର ଉତ୍ପାଦନର ବିକ୍ରୟ କରିବାର ଅବସର ସୃଷ୍ଟି ହୋଇଛି । ରାଜ୍ୟ ସରକାରଙ୍କ ଉଦ୍ୟମରେ ବିକଶିତ ହୋଇଥିବା ଜନଜାତିଙ୍କ ଜୀବନଶୈଳୀ ଏହି ମେଳାରେ ପ୍ରଦର୍ଶିତ ହେବ । 

ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଭାଗୀୟ ଶାସନ ସଚିବ କହିଛନ୍ତି, ୧୯୫୧ ମସିହାରୁ କଟକରେ ପ୍ରଥମେ ଆରମ୍ଭ ହୋଇଥିବା ଏହି ମେଳା ୧୯୫୪ ମସିହାଠାରୁ ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଆସୁଛି । ପ୍ରତବିର୍ଷ ବିଭାଗ ଏଛିରେ ନୂଆ ନୂଆ ଉପାଦାନକୁ ଯୋଡ଼ିବାରେ ପ୍ରୟାସ ଜାରି ରଖିଛି । ଏହି ମେଳାରେ ଆଦବିାସୀ ହାଟକୁ ଲୋକେ ଦେଖିବାକୁ ପାଇବେ । ଏହାସହ ଭାଷାକୁ ଗୁରୁତ୍ୱ ଦେଇ ମେଳାରେ ପ୍ରତି ସନ୍ଧ୍ୟାରେ ବହୁଭାଷୀ ଥିଏଟର୍ ଫେଷ୍ଟିଭାଲ୍ ପରିବେଷଣ କରାଯିବ । ଜନଜାତି ସମ୍ପ୍ରଦାୟଙ୍କ ଦାବିକୁ ଦୃଷ୍ଟିରେ ରଖି ଆଗକୁ ସାମଗ୍ରୀ ବିକ୍ରୟ ପାଇଁ ସେମାନଙ୍କୁ ସ୍ଥାୟୀ ଦୋକାନ ଯୋଗାଇ ଦିଆଯିବା ନେଇ ବିଭାଗୀୟ ଶାସନ ସଚିବ ଶାସେ ସଚିବ ମତ ପ୍ରକାଶ କରିଛନ୍ତି ।  

ଚଳିତ ବର୍ଷ ୧୦୯ଟି ଷ୍ଟଲକୁ ନେଇ ଆଦବିାସୀ ମେଳାର ଆଯୋଜନ କରାଯାଇଥିବା ବେଳେ ଉଦଘାଟନୀ ସନ୍ଧ୍ୟାରେ ସ୍ୱତନ୍ତ୍ର ଜର୍ଣ୍ଣାଲ୍ “ଆଦିବାସୀ”ର ୬୩ତମ ସଂସ୍କରଣ ଉନ୍ମୋଚନ କରାଯାଇଛି । ଏହାସହ ୧୦ ଜଣ ବିଭିନ୍ନ ସମ୍ପ୍ରଦାୟର ଜନଜାତିଙ୍କୁ ଆଦବାସୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି ।  ସମାରୋହରେ ଏସସିଏସଟିଆରଟିଆଇର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ସମରେନ୍ଦ୍ର ଭୂତିଆ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟାନ୍ୟ ଅତିଥି ମଧ୍ୟରେ ଉପନିର୍ଦ୍ଦଶକ ଶ୍ରୀ ସନ୍ତୋଶ କୁମାର ରଥ ଓ ଅନ୍ୟାନ୍ୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.