ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଜାରି ରହିଛି ସର୍ବଦଳୀୟ ବୈଠକ, ୧୮’ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ

Image Courtesy: deccanherald

ନୂଆଦିଲ୍ଲୀ, ୧୭/୦୯: ସଂସଦର ପୁସ୍ତକାଳୟ ଭବନରେ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଯାଇଛି । ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିରୋଧୀ ଦଳର ନେତା ସାମିଲ ହୋଇଛନ୍ତି । ସଂସଦର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ଏହି ସର୍ବଦଳୀୟ ବୈଠକକୁ ନେଇ ଚର୍ଚ୍ଚା ଲାଗିରହିଛି । ସଂସଦର ସ୍ପେଶାଲ୍‌ ସେସନ୍ ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବାକୁ ଯାଉଛି । 

ତେବେ ଆଜିର ଏହି ବୈଠକରେ ଜାମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନଫରେନ୍ସ ନେତା ଫାରୁଖ ଅବଦୁଲ୍ଲା, ଡିଏମକେ ମୁଖ୍ୟ ତିରୁଚି ଏନ ଶିବା ଏବଂ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ମୁଖ୍ୟ ଶିବଦାସନ ସରକାରଙ୍କ ଦ୍ବାରା ଡକାଯାଇଥିବା ସର୍ବଦଳୀୟ ବୈଠକରେ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ବୁଧବାର ଦିନ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଥିଲେ, ୧୮-୨୫ରେ ସେପ୍ଟେମ୍ବର ହେବାକୁ ଥିବା ସଂସଦର ସ୍ବତନ୍ତ୍ର ଅଧିବେଶନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ୧୭ ସେପ୍ଟେମ୍ବରରେ ସର୍ବଦଳୀୟ ବୈଠକ ଲାଗି କୁହାଯଇଛି । 

ଏହି ବୈଠକ ପାଇଁ ଇମେଲ୍‌ ଯୋଗେ ସମସ୍ତ ନେତାଙ୍କୁ ନିମନ୍ତ୍ରଣ କରାଯାଇଛି ବୋଲି ସେ କହିଥିଲେ । ତେବେ ସଂସଦରେ ହେବାକୁ ଥିବା ସ୍ବତନ୍ତ୍ର ଅଧିବେଶନରେ ସଂସଦର ୭୫ ବର୍ଷର ଯାତ୍ରା ସଂପର୍କରେ ଆଲୋଚନା ହେବ ।  ଗଣେଶ ଚତୁର୍ଥୀରେ ନୂଆ ସଂସଦ ଭବନରେ ଗୃହପ୍ରବେଶ ହେବ ବୋଲି ସର୍ବଦଳୀୟ ବୈଠକରେ କୁହାଯାଇଛି । ଏନେଇ ଏପସିପି ନେତା ପ୍ରଫୁଲ ପଟେଲ କହିଛନ୍ତି । ସେପଟେ ବୈଠକରେ ସମସ୍ତ ବିରୋଧୀ ଦଳ ମହିଳା ସଂରକ୍ଷଣ ବିଲ ପାରିତ କରିବାକୁ ଦାବି କରିଥିବା ନେଇ କହିଛନ୍ତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ।

Parliament
Special session Parliament

Copyright © 2022 - Summa Real Media Private Limited. All Rights Reserved.