ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ମଧ୍ୟାହ୍ନ ଭୋଜନରେ ଅନିୟମିତା ଅଭିଯୋଗ, ସ୍କୁଲରେ ତାଲା ପକାଇଲେ ଛାତ୍ରଛାତ୍ରୀ

ବୀରମହାରଜପୁର, ୨୧/୧୧ : ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ବ୍ଲକ ସ୍ଥିତ କୁମରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ। ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅବିଭାବକ ଓ ଛାତ୍ରଛାତ୍ରୀ l

ସୂଚନା ମୁତାବକ, କୁମରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅନିୟମିତତା ନେଇ ସ୍କୁଲ ପରିଚାଳନା କମିଟି ସ୍ଥାନୀୟ ବି. ଇ.ଓ , ଏ ବିଏଇଓ ଏବଂ ସିଆରସିସିଙ୍କୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିଲା। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମନି, ଆବଶ୍ୟକତାରୁ ବହୁ କମ୍ ପରିମାଣରେ ରାସନ ସାମଗ୍ରୀ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ପାଇଁ ଦେବା, ପ୍ରଧାନ ଶିକ୍ଷୟିତ୍ରୀ କମ୍ ଛାତ୍ରକୁ ଅଧିକ ଦର୍ଶାଇବା ସହିତ ଆବଶ୍ୟକ ପରିମାଣ ଖାଦ୍ୟ ନଦେଇ ପିଲାଙ୍କ ପାଇଁ ଥିବା ମଧ୍ୟାହ୍ନ ଭୋଜନକୁ ଲୁଟ୍ କରୁଥିବା ଅଭିଯୋଗ ହୋଇଥିଲା। ହେଲେ ଶିକ୍ଷୟିତ୍ରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିଲା। ଯାହାଫଳରେ ଆଜି ଅବିଭାବକ ଓ ଛାତ୍ରଛାତ୍ରୀ ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଛନ୍ତି।

ଏନେଇ କାର୍ଯ୍ୟରତ ପ୍ରଧାନ ଶିକ୍ଷୟତ୍ରୀ ଅମ୍ବିକା କୁଆଁରଙ୍କ ସହ ଯୋଗାଯୋଗ କରିଥିଲେ ମଧ୍ୟ ସେ କିଛି କହିବାକୁ ମନା କରିଥିଲେ l ଆନ୍ଦୋଳନ ସ୍ଥଳରେ ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର ପହଞ୍ଚି ଥିବା ସୂଚନା ମିଳିଛି l ଖବର ଲେଖା ହେବା ପର୍ଯ୍ୟନ୍ତ କୌଣସି ଶିକ୍ଷା ଅଧିକାରୀ ପହଞ୍ଚି ନାହାଁନ୍ତି l

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.