ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

କୁକୁଡ଼ାଖଣ୍ଡି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର

କୁକୁଡ଼ାଖଣ୍ଡି, ୦୨/୦୨: ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ପଞ୍ଚାୟତରେ ଶୁକ୍ରବାର ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୁକୁଡ଼ାଖଣ୍ଡି ସରପଞ୍ଚ ବନ୍ଦନା ସେଠୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ପ୍ରତାପ କୁମାର ପ୍ରଧାନ, ସମ୍ମାନିତ ଅତିଥି ରୂପେ କୁକୁଡ଼ାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଲ୍ଲବୀ ସ୍ୱାଇଁ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ ।

ଅନ୍ୟତମ ଅତିଥି ଭାବେ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ବିପ୍ଳବ ପାତ୍ର, ଜିଲ୍ଲା ପରିଷଦ ସଦସ୍ୟା ଶିବାନୀ ସେଠୀ, ଜିଲ୍ଲା ପରିଷଦ ସଦସ୍ୟା ମମତା ଦାସ, ଜିଲ୍ଲା ପରିଷଦ ସଦସ୍ୟା ଭାରତୀ ନାୟକ, ସମିତି ସଭ୍ୟ ଅଶୋକ ଦାସ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଯୋଜନାକୁ କିପରି ଲୋକଙ୍କ ନିକଟରେ ପହଞ୍ଚି ପାରିବ ସେ ନେଇ ବିସ୍ତୃତ ଆଲୋଚନା କରିବା ସହ ମିଳିମିଶି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହି ଶିବିରରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ, ଧାର୍ମିକ ସ୍ଥଳର ରୂପାନ୍ତରୀକରଣ, ମହିଳା ସଂଯୋଗୀକରଣ ଓ ଭିତିଭୂମିର ବିକାଶ, ବ୍ୟାଙ୍କିଂ ଭିତିଭୂମିର ବିକାଶ, ପ୍ରାଥମିକ ବିଦ୍ୟାଳୟର ରୂପାନ୍ତରୀକରଣ, କ୍ରୀଡ଼ା ଭିତିଭୂମିର ବିକାଶ, ଐତିହ୍ୟ ଭିତିଭୂମିର ବିକାଶ, ପରିବହନ ବ୍ୟବସ୍ଥା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଆମ ହସ୍ପିଟାଲ, ମମତା ଯୋଜନା, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ରିଲିଫ ସହାୟତା, ମଧୁବାବୁ ପେନସନ ଯୋଜନା, ହରିଶ୍ଚନ୍ଦ୍ର ସହାୟତା ଯୋଜନା, ମୋ ଘର ଯୋଜନା, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହ ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ସଚେତନତା କରାଯାଇଥିଲା ।

କାର୍ଯ୍ୟକ୍ରମକୁ ଜିପିଓ ସୁପ୍ରଭା ସାହୁ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରବିନ୍ଦ୍ର କୁମାର ନାୟକ ପରିଚାଳନା କରିଥିଲେ । ତେବେ ଏଥିରେ ଅନ୍ୟତମ ଅତିଥି ରୂପେ ବ୍ଲକ ଏଇଇ ଅନୁରାଗ ରଥ, ସାଂସଦ ପ୍ରତିନିଧି ନିରଞ୍ଜନ ମହାନ୍ତି, ନାୟବ ସରପଞ୍ଚ ପ୍ରଗତି କୁମାର ଦଳେଇ, ବଶିଷ୍ଠ କୁମାର ଜେନା, ରାଧାମୋହନ ସେଠି, ଅନିଲ ଗୌଡ଼, କ୍ରାନ୍ତି କୁମାରୀ ଦେବୀ, ଜିଆରଏସ୍ ଧର୍ମେନ୍ଦ୍ର ସେଠି, ଭିନ୍ନକ୍ଷମ ନେତା କେ ମଣି ବାବୁ, ଟୁକୁନା ସେଠିଙ୍କ ସମେତ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତି ସଭ୍ୟ, ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ।

ଅତିଥିମାନଙ୍କ ଦ୍ବାରା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ କୁକୁଡ଼ାଖଣ୍ଡି ପଞ୍ଚାୟତର ବିକାଶ ମୂଳକ ପୁସ୍ତକ ଉନ୍ମୋଚନ ହୋଇଥିଲା । ପରିଶେଷରେ କୁକୁଡ଼ାଖଣ୍ଡି ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.