ପ୍ରମୁଖ ଖବର
  • ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ
  • ||
  • ସୋମବାରଠୁ ସଂସଦର ଶୀତ ଅଧିବେଶନ, ୨୨ ତାରିଖ ଯାଏଁ ଚାଲିବ: ୨୧ଟି ବିଧେୟକ ଉପରେ ହେବ ଆଲୋଚନା
  • ||
  • ଭୁବନେଶ୍ୱର: ୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||

କେସିଙ୍ଗାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

କେସିଙ୍ଗା, ୩/୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିଡ଼ିଓ କନଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଅବସରରେ କେସିଙ୍ଗା ବ୍ଲକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ସିର୍ଜାପାଲି ପଞ୍ଚାୟତ ସରପଞ୍ଚ ପ୍ରମୋଦ କୁମାର ଦାଶ ଅଭିଭାଷଣ ପ୍ରଦାନ କରିଥିଲେ। କେସିଙ୍ଗା ବ୍ଲକ୍ ର ୨୬ଟି ପଞ୍ଚାୟତର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୩ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ କୃତଜ୍ଞତା ପ୍ରଦାନ କରାଯାଇଥିଲା। 

ବିଡିଓ ପଦ୍ମନାଭ ପୁରୋହିତଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ୍ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, କେସିଙ୍ଗା ନଗରପାଳ ନୃପରାଜ ଯାଦବଙ୍କ ସମେତ କେସିଙ୍ଗା ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ମିଶନ ଶକ୍ତି ମହିଳା ଏବଂ କେସିଙ୍ଗା ବିଜେଡି ନଗର ସଭାପତି ରମେଶ ପଟ୍ଟନାୟକ, ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ରୋହିତ କୁମାର ଭୋଇ ପ୍ରମୁଖ ଉପସ୍ଥିତ ରହିଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.