ମେଷ: ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପିତାମାତାଙ୍କ ସହ ମତଭେଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସନ୍ତାନମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ସହ ମତାନ୍ତର ହେବ । ଯେଉଁମାନଙ୍କର ଅଶ୍ୱିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ଚୁ, ଚେ, ଚୋ, ଲା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି ଏବଂ ଯାନବାହନ କ୍ରୟ କରିବେ । ଉଚ୍ଚ ସମ୍ମାନ ଏବଂ ଉଚ୍ଚ ପଦବୀ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।
ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ଓ ତାଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍ ସଂଖ୍ୟା: ୧୨, ଆରାଧନା: ମା’ ଛିନ୍ନମସ୍ତା ।
କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି ।
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ମାଣିକେଶ୍ୱରୀ ।
ସିଂହ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା : ମା’ ମାତଙ୍ଗୀ ।
କନ୍ୟା: ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅପଯଶ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ ଏବଂ ଅର୍ଜିତ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୨, ଆରାଧନା: ମା’ ଷୋଡ଼ଶୀ ।
ତୁଳା: ଏକାଦଶ ଚନ୍ଦ୍ର ଯୋଗୁ ଆୟର ପନ୍ଥା ଅତି ଉତ୍ତମ ରହିବ ଏବଂ ନୂତନ ଆୟର ପନ୍ଥା ଖୋଲିବେ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ବିଛା: ଦଶମ ଚନ୍ଦ୍ର, ମଙ୍ଗଳବାର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ସହିତ ଏବଂ ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ମନରେ ସତ୍ଚିନ୍ତା, ସଦ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ଓ ପରିବହନର ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୩, ଆରାଧନା : ମା ଚଣ୍ଡୀ ।
ଧନୁ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁକ ସହ ବିବାଦ ହୋଇପାରେ । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ପରିବାରର ବରିଷ୍ଠ ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧, ଆରାଧନା : ମା’ ଧୂମାବତୀ ।
ମକର: ଘାତବାର, ଘାତଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବିଶେଷ ସତର୍କତା ଜରୁରୀ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ହିଟର, ଇଲେକଟ୍ରିକ ଜିନିଷ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେହେବ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର, ଖି, ଖୁ, ଖେ, ଖୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ: ସପ୍ତମ ଚନ୍ଦ୍ର ଯୋଗୁ ଆମୋଦପ୍ରମୋଦ ଏବଂ ମଉଜ ମସ୍ତିରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଦୁର୍ବଳତା ଦେଖାଦେବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ: ଷଷ୍ଠ ଚନ୍ଦ୍ର, ମଙ୍ଗଳବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ, ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଏବଂ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଗକ୍ଟଭ.: ୯୪୩୭୧୩୩୪୭୩