ମେଷ: ସପ୍ତମ ଚନ୍ଦ୍ର, ରବିବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବସନଭୂଷଣ ଓ ଆଭୂଷଣ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ରହିବ ଏବଂ କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନବୁର୍ତ୍ତିତା ପ୍ରକାଶ ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ରହିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ ଗାୟତ୍ରୀ ।
ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଘ, ଙ, ଛ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
କର୍କଟ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।
ସିଂହ : ତୃତୀୟ ଚନ୍ଦ୍ର, ରବିବାର ଯୋଗୁ ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଆର୍ଥିକ କ୍ଷତି, ଆର୍ଥିକ ଠକାମି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପୁ, ଷ, ଣ, ଠ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।
ତୁଳା: ଶ୍ରୀଚନ୍ଦ୍ର, ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସ୍ୱଜନ, ପରିଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ସେମାନଙ୍କର ସାହାଯ୍ୟ, ସହଯୋଗ ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବହୁତ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଏବଂ ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଓ ଗୁରୁତ୍ୱ ଦେବେ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ •ପଗ୍ରସ୍ତ ରହିବ ଏବଂ ପରିବାରର ବୟସ୍କ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଶୋ, ସା, ସି, ସୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ଦୁର୍ଘଟଣା ପ୍ରତି ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଗକ୍ଟଭ.: ୯୪୩୭୧୩୩୪୭୩