ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଡିସେମ୍ବର ୪ ରାଶିଫଳ: ଆର୍ଥିକ ଅବସ୍ଥାରେ ଉନ୍ନତ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ମେଷ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତଚନ୍ଦ୍ର ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ସନ୍ତାନମାନଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା, ପିତାମାତାଙ୍କ ସହ ମତାନ୍ତର ଏବଂ ଇତରଜନଠାରୁ ଅପମାନ ମିଳିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ବ୍ୟସ୍ତତା ଓ ବ୍ୟଗ୍ରତା ବୃଦ୍ଧିପାଇବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ଚୁ, ଚେ, ଚୋ, ଲା ସେମାନେ ସତର୍କହେବେ । ଶୁଭରଙ୍ଗ: ଗୋଲାପି, ଶୁଭସଂଖ୍ୟା: ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ: ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଏବଂ ଯାନବାହନ କ୍ରୟ କରିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ଆର୍ଥିକ ଅବସ୍ଥାରେ ସୁଧାର ଆସିବ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ।ସମସ୍ତକର୍ମରେ ସଫଳତା ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ: ଘାତ ବାର ଏବଂ ତୃତୀୟଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀ, ସ୍ୱଜନ, ପରିଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ ନିପୁଣତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ:   କଫି, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ: ଘାତଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ଅଶାନ୍ତି, ସ୍ୱଜନରେ ମତାନ୍ତର, ଆର୍ଥିକ କ୍ଷତି, ଆର୍ଥିକ ଠକାମି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଏବଂ କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତାଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ ସେମାନେ ସତର୍କହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଶିବ ।

 ସିଂହ: ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଆମୋଦ ପ୍ରମୋଦ ଓ ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ । କୌଣସି ମାଙ୍ଗଳିକ କର୍ମରେ ପରିବାର ସହଯୋଗ ଦେବେ କିମ୍ବା ସନ୍ତାନସନ୍ତତିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲ୍‌ଗୁନୀ ଓ ଉତ୍ତରା ଫାଲ୍‌ଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା: ଦ୍ୱାଦଶଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଲୋପପାଇବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ଅନୁଚିତ୍‌କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌ କର୍ମରେ ଅଗ୍ରସର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ।ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଏବଂ ଚିତ୍ରାକନ୍ୟା ସେମାନେ ସୁଫଳପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଏକାଦଶଚନ୍ଦ୍ରଯୋଗୁ ଆୟରମାର୍ଗ ଅତିଉତ୍ତମ ରହିବ ଏବଂ ନୂତନ ଆୟର ପନ୍ଥା ଖୋଲିବ । ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ ।ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଦଶମଚନ୍ଦ୍ର, ସେମାବାର ଯୋଗୁ ନୂତନ କର୍ମାରମ୍ଭ କରିବେକିମ୍ବା ନୂତନ କର୍ମ ନିଯୁକ୍ତି ମିଳିପାରେ । ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ କର୍ମପ୍ରତି ଅଧିକ ଧ୍ୟାନ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତକର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶପାଇବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।

ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ରହେବେ ।ଯେଉଁମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ ସେମାନେ ସତର୍କହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା, ଉଚ୍ଚ ସ୍ଥାନ ଆରୋହଣ, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାରଏବଂ ଯାନବାହନ ଆରୋହଣ କାଳରେ ସତର୍କହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବପ୍ରକାଶ ପାଇବ ।ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ ।ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ସପ୍ତମ ଚନ୍ଦ୍ର, ସପ୍ତମୀତିଥି ଏବଂ ସୋମବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଏବଂସୌଖିନ ଘରୋଇ ଉପକରଣ  କ୍ରୟ କରିବେ । ସନ୍ତାନସନ୍ତତିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକକର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ଷଷ୍ଠଚନ୍ଦ୍ର, ସୋମବାର ଏବଂ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଆମୋଦପ୍ରମୋଦ ଏବଂ ମଉଜମଜଲିସ୍‌ରେ ଅଧିକ ଆଗ୍ରହରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ ।ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଗକ୍ଟଭ.: ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.