ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ନାଳ ଭିତରକୁ ଖସି ପଡିଲା ଅଟୋ, ଡ୍ରାଇଭର୍ ମୃତ

ଗୋଚ୍ଛାପଡ଼ା, ୧୩/୧୧ : ରବିବାର ବିଳମ୍ବିତ ରାତିରେ ଫିରିଙ୍ଗିଆ ଥାନା ତେଲିମୁଣ୍ଡାଠାରେ ଏକ ଅଟୋ ରିକ୍ସା ନାଳ ଭିତରକୁ ଖସି ପଡିଛି। ଫଳରେ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ରତଙ୍ଗ ପଞ୍ଚାୟତ ଡେଲାରପଡା ଗ୍ରାମର କାର୍ତ୍ତିକ ମାଝୀଙ୍କ ପୁଅ ସିଦ୍ଧାନ୍ତ ମାଝୀ। 

ସୂଚନା ଅନୁଯାୟୀ, ସିଦ୍ଧାନ୍ତ ରବିବାର ନିଜ ଅଟୋରେ କିଛି ଲୋକଙ୍କୁ ନେଇ ଦୀପାବଳି ଯାତ୍ରା ଦେଖିବା ପାଇଁ ନୂଆପଦର ଯାଇ ଘରକୁ ନଫେରି ନଥିଲେ। ରବିବାର ସକାଳୁ ତେଲିମୁଣ୍ଡା ପୋଲ ତଳେ ନାଳରେ ଏକ ଅଟୋ ରିକ୍ସା ପଡିଥିବା ଦେଖି ଗ୍ରାମବାସୀ ଅଗ୍ନିଶମ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ଦମକଳ ବାହିନୀ ଆସି ପାଣିରୁ ଅଟୋ ରିକ୍ସା ବାହାର କରିବା ପରେ ଗାଡି ଭିତରୁ ସିଦ୍ଧାନ୍ତଙ୍କ ମୃତଦେହ ଉଦ୍ଧାର କରିଛି। 

ଫିରିଙ୍ଗିଆ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସିଦ୍ଧାନ୍ତ ଫିରିଙ୍ଗିଆ କଲେଜରେ ଅଧ୍ୟୟନ କରିବା ସହ ମାସେ ତଳେ ଅଟୋ ରିକ୍ସା କିଣି ନିଜେ ଚଳାଉଥିଲେ ବୋଲି ଜଣାପଡିଛି। ଏହି ସ୍ଥାନରେ ହିଁ ଗତ ମାସରେ ଫୁଲବାଣୀ ବଡ ମେଡିକାଲର ମହାପ୍ରୟାଣ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇ ପୋଲ ତଳକୁ ଖସି ପଡିଥିଲା। ଏଠାରେ ଗତ ଏକ ମାସ ମଧ୍ୟରେ ୬ଟି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.