ଭୁବନେଶ୍ୱର ୦୩/୧୧: ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡ଼ିକୁ ଲାଗିପାରେ ବଡ଼ ଝଟକା। ଶଙ୍ଖ ଛାଡ଼ି ପଦ୍ମ ପୋଖରୀକୁ ଡିଆଁ ମାରିବେ ଅମର ପଟ୍ଟନାୟକ। ବିଜେଡି ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ ଥିବା ମିଶ୍ରଣ ପର୍ବରେ ଶତାଧିକ କର୍ମୀଙ୍କ ସହ ଅମର ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ମିଶ୍ରଣ ସଭାରେ ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍ ହୋଇପାରନ୍ତି ।