ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଆଜି ମହାପ୍ରଭୁଙ୍କ ବନକଲାଗି; ଶ୍ରୀବିଗ୍ରହମାନଙ୍କ ଗୁପ୍ତନୀତି, ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ଦର୍ଶନ ବନ୍ଦ

Published By : Prameya | January 31, 2024 9:51 AM

ପୁରୀ, ୩୧।୧: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ପ୍ରାୟ ୬ଟାରୁ ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ଜନସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତି ଏହି ସୂଚନା ଦେଇଛନ୍ତି । ଠାକୁରଙ୍କ ବନକଲାଗ ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ସୁରକ୍ଷା ସହ ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.