ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ଭୁବନେଶ୍ୱର, ୦୩/୦୨: ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି ।

ସୋଆ ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, କଣ୍ଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ, ଜଏଣ୍ଟ ରେଜିଷ୍ଟ୍ରାର ଭୀଷ୍ମ ଚରଣ ଦାସ, ପ୍ରାଚୀନର ମୁଖ୍ୟ ଡକ୍ଟର ଗାୟତ୍ରୀବାଳା ପଣ୍ଡା ଓ ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥାଇ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି ।

ଏଥି ସହିତ ସୋଆର କ୍ୟାମ୍ପସ୍-୫ ସ୍ଥିତ ଷ୍ଟାଡିୟମରେ ମଧ୍ୟ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ଏହି ସମୂହ ସଙ୍ଗୀତ ଗାନ କରିଥିଲେ । ଏଥିରେ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଇନଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍)ର ଡିନ୍ ପ୍ରଫେସର ଅନୁପ ସାମନ୍ତରାୟ, ସ୍କୁଲ୍  ଅଫ୍ ଫାର୍ମସ୍ୟିଟୁକାଲ୍ ସାଇନସେସ୍ (ଏସ୍ପିଏସ୍)ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି, ଇନଷ୍ଟିଚ୍ୟୁଟ୍ ଅଫ୍ ହାୟର ସେକେଣ୍ଡାରୀ ଏଜୁକେସନର ପ୍ରିନସିପାଲ୍ ଡ.ପି.ସି. ଦାସ ଓ ସ୍ପୋର୍ଟ ଅଫିସର ସୁନିତା ବର୍ମା ପ୍ରମୁଖ ଉପସ୍ଥିତ ରହି ଏହି ସଂଗୀତ ଗାନ କରିଥିଲେ ।

ସୋଆର ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ତଥା ହସ୍ପିଟାଲ୍ ମାନଙ୍କରେ ମଧ୍ୟ କର୍ମଚାରୀ ମାନଙ୍କ ଦ୍ୱାରା  ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.