ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଭାରତୀୟ ସମ୍ବିଧାନର ଜନକ ଡ. ବି. ଆର୍‌ ଆମ୍ବେଦକରଙ୍କ ନାଁରେ ବରମୁଣ୍ଡା ବସ୍ ଟର୍ମିନାଲ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya | February 6, 2024 9:49 AM

ଭୁବନେଶ୍ୱର,୦୬/୦୨: ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍‌ ପ୍ରବକ୍ତା ଡ. ବି. ଆର୍‌ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ୱର ବରମୁଣ୍ଡା ନବନିର୍ମିତ ବସ୍‌ ଟର୍ମିନାଲ । ସୋମବାର ମୁଖ୍ୟମନ୍ତ୍ରୀ ନବୀନ  ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏବେ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଭାବରେ ପରିଚିତ ହେବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଡ. ଆମ୍ବେଦକର ଜଣେ ଦୂରଦର୍ଶୀ ନେତା, ସମର୍ପିତ ସମାଜ ସଂସ୍କାରକ ଥିଲେ । ସମାଜର ଦଳିତ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ । ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ  କରିଯାଇଛନ୍ତି । ଦେଶ ଗଠନରେ ତାଙ୍କର ମହାନ୍‌  ଅବଦାନ ଓ ଆଦର୍ଶ ବିଷୟରେ  ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ ବର୍ଗଫୁଟ ଅଞ୍ଚଳରେ ଏକ ସ୍ୱତନ୍ତ୍ର ଗ୍ୟାଲେରି  ନିର୍ମାଣ କରାଯିବ । ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡ. ଆମ୍ବେଦକରଙ୍କ ଜୀବନୀ ଓ  ଆଦର୍ଶକୁ ଏଠାରେ  ସୁନ୍ଦର  ଭାବେ ଉପସ୍ଥାପିତ କରାଯିବ । ଭାରତୀୟ ସମ୍ବିଧାନର ଏକ ନକଲ ସହ ବାବା ସାହେବ ଦ୍ୱାରା ବ୍ୟବହୃତ ବିଭିନ୍ନ  ଜିନିଷ ମଧ୍ୟଏଠାରେ  ପ୍ରଦର୍ଶିତ ହେବ ।




୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସ୍‌ଷ୍ଟାଣ୍ଡ ଦୈନିକ ୩୦ ହଜାର  ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ । ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା  ପ୍ରତି ମଧ୍ୟ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି ।

ବରମୁଣ୍ଡା ବସ୍‌ ଟର୍ମିନାଲ ଆସନ୍ତା ୧୫ ତାରିଖ ସୁଦ୍ଧା ଖୋଲିବାକୁ ଯୋଜନା କରାଯାଇଛି । ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ବସ୍‌ ଟର୍ମିନାଲ ବୁଲି ଦେଖିଥିଲେ । ଏହି ବସ୍‌ ଟର୍ମିିନାଲ କାର୍ଯ୍ୟକ୍ଷମ ହେଲେ ରାଜ୍ୟ ତଥା ରାଜ୍ୟ ବାହାରରୁ ଆସୁଥିବା ଲୋକେ ଉପକୃତ ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.