ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ବିଭିନ୍ନ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା, ଆଂଶିକ ସଫଳ

Published By : Gurupada Nath | July 1, 2025 5:30 PM

ମାଲକାନଗିରି, ୧/୭ : ଭାରତ ମୁକ୍ତି ମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା, ରାଷ୍ଟ୍ରୀୟ ଖ୍ରୀଷ୍ଟିୟାନ ମୋର୍ଚ୍ଚା, ବହୁଜନ  କ୍ରାନ୍ତି ଓ ରାଷ୍ଟ୍ରୀୟ ମୁସଲିମ ମୋର୍ଚ୍ଚା ପକ୍ଷରୁ ଆଜି ୧୨ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଯାହାକୁ ନେଇ ମାଲକାନଗିରି ଜିଲ୍ଲା ସଦର ମହକୁମାରେ ବିଭିନ୍ନ ମୋର୍ଚ୍ଚାର କର୍ମକର୍ତ୍ତା ଓ ସଦସ୍ୟମାନେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରିଛନ୍ତି । ତେବେ ୫ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି । 

ଏହି ଦାବି ମଧ୍ୟରେ ଇଭିଏମ ବନ୍ଦ କରି ବାଲଟ ପେପର୍ ଭୋଟ କରାଯାଉ, କେନ୍ଦ୍ର ସରକାରଙ୍କ ଦ୍ୱାରା ଓବିସିଙ୍କ ଜାତି ଭିତ୍ତିକ ଜନ ଗଣନା ନ କରିବା, ଆରଏସଏସ ଓ ବିଜେପି ଦ୍ୱାରା ମୂଳ ନିବାସୀ ବହୁଜନ ମହାପୁରୁଷଙ୍କୁ ଅପମାନିତ କରିବା ବନ୍ଦ କରାଯାଉ, ବୌଦ୍ଧ ଗୟା ଟେଂପଲ ଆକ୍ଟ ୧୯୪୯ ବିରୁଦ୍ଧରେ ସ୍ୱର ଉତ୍ତୋଳନ, ୱାକଫ ସଂଶୋଧନ ବିଧେୟକ ୨୦୨୫ବିରୁଦ୍ଧରେ ସ୍ୱର ଉଠାଯାଇଛି । ଏହି ବନ୍ଦ ଡାକରା ଜିଲ୍ଲାରେ ଆଂଶିକ ପ୍ରଭାବ ପକାଇଛି । ଭାରି ଯାନ ଓ ଯାତ୍ରୀ ବାହି ଯାନ ଚଳାଚଳରେ କିଛି ସ୍ଥାନରେ ବାଧାପ୍ରାପ୍ତ ହୋଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.