ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଚଳିତବର୍ଷ ପ୍ରଥମଥର ପାଇଁ ୩୭ ଡିଗ୍ରୀ ଟପିଲା ପାରଦ, ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର, ୨୧/୦୨: ମାଘରେ ବାଘ ଖରା । ରାଜ୍ୟରେ ଚଳିତବର୍ଷ ପ୍ରଥମଥର ପାଇଁ ପାରଦ ୩୭ ଡିଗ୍ରୀ ଅତିକ୍ରମ କରିଛି । ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବେ ଉଭା ହୋଇଛି । ଭୁବନେଶ୍ୱରର ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ରାଜ୍ୟର ୧୫ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଉପରେ ରହିଛି ।




ବୌଦ୍ଧରେ ପାରଦ ୩୬ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭବାନୀପାଟଣା, ଝାରସୁଗୁଡ଼ା ଓ ପାରଳାଖେମୁଣ୍ଡିରେ ୩୫.୬ ଡିଗ୍ରୀ, ଟିଟିଲାଗଡ଼, ନୟାଗଡ଼ ଓ ଜଗତସିଂହପୁରରେ ୩୫.୫ ଡିଗ୍ରୀ ରେକର୍ଡ କରାଯାଇଛି । ବଲାଙ୍ଗିରରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ ହୋଇଛି ।

ଅନୁଗୁଳରେ ୩୫.୧ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ମାଲକାନଗିରି, ତାଳଚେର, ଚାନ୍ଦବାଲି ଓ ବାଲେଶ୍ୱରରେ ପାରଦ ୩୫ ଡିଗ୍ରୀ ରେକର୍ଡ ହୋଇଛି । କଟକରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୪.୭ ଡିଗ୍ରୀ ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତେବେ ୨୫ ଓ ୨୬ ତାରିଖରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.