ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ; ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | May 19, 2025 2:05 PM

ବଲାଙ୍ଗୀର, ୧୯/୦୫: କୁଶପାଲି ଓ ହଲନଭଟା ତିନି କୋଣିଆ ବୁଲାଣି ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଦ୍ରୁଗଗତିରେ ଆସୁଥିବା ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଜଣେ ବ୍ଲକ୍ କର୍ମଚାରୀଙ୍କ ଜୀବନ ଯାଇଛି । ମୃତକ ପପୁ ବେନିଆ ବୋଲି ଜଣାପଡ଼ିଛି । ସେହିପରି ଅନ୍ୟଜଣେ ଗୁରୁତର ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ କୁଶପାଲି ଓ ହଲନଭଟା ତିନି କୋଣିଆ ବୁଲାଣି ଛକରେ ଏଭଳି ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ତୁରେକେଲା ଗାଁର ପପୁ ବେନିଆ ଓ ଅମିତ ପଟେଲ୍ ହଲନଭଟାରୁ ଫେରୁଥିଲେ । ଏହି ସମୟରେ କୁଶପାଲି ଓ ହଲନଭଟା ତିନି କୋଣିଆ ବୁଲାଣି ଛକରେ ତାଙ୍କ ବାଇକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା  । ଦୁହେଁ ତଳେ ପଡ଼ିଯିବାରୁ ମୁହଁ ଓ ଶରୀରରେ ଗଭୀର ଆଘାତ ଲାଗିଥିଲା । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଣିଥିଲେ । ପରେ ସ୍ୱାସ୍ଥ୍ୟାବସ୍ଥା  ସଙ୍କଟାପନ୍ନ  ହେବାରୁ ସେମାନଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଡାକ୍ତଖାନାକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ବ୍ଲକ୍ କର୍ମଚାରୀ ପପୁ ବେନିଆଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.