ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବୁର୍ଜା ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ, ୨ ଆହତ

ଉମରକୋଟ ୨୦/୦୨: ଉମରକୋଟ ବ୍ଲକ ବୁର୍ଜା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ। ୨ ଜଣ ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ ଉମରକୋଟ ବ୍ଲକ ବାଟିବେଡା ଗ୍ରାମର ମେଘନାଥ ମାଳୀ ଓ ରାଇଘର ବ୍ଲକ ସରଗୁଲି ଗ୍ରାମର ମନଜିତ ବାଲା। ଆହତ ଦୁଇ ଜଣ ହେଲେ ମହେନ୍ଦ୍ର କୁମ୍ଭାର ଓ ମଧୁବନ୍ତ କୁମ୍ଭାର ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ ମେଘନାଥ, ମହେନ୍ଦ୍ର,ମଧୁବନ୍ତ ଓ ଅନ୍ୟ ଜଣେ ଏହି ଚାରି ଜଣ ଗୋଟିଏ ବାଇକ୍‌ରେ ରାଇଘର ଠାରୁ ବାଟିବେଡା ନିଜ ଗ୍ରାମକୁ ଫେରୁଥିଲେ। ମନଜିତ ନିଜ ବାଇକ୍ ଯୋଗେ ନବରଙ୍ଗପୁର ଠାରୁ ସରଗୁଲି ଘରକୁ ଫେରୁଥିଲେ। ଏହି ସମୟରେ ବୁର୍ଜା ଛକ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ମେଘନାଥଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେଏମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମନଜିତଙ୍କ ମୃତ୍ୟୁ ଘଟିଥିଲା। ମହେନ୍ଦ୍ର ଓ ମଧୁବନ୍ତ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ଅନ୍ୟ ଜଣେ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.