ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ରାସ୍ତାକଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

Published By : Rasmita Pradhan | March 3, 2025 8:49 AM

ଭୁବନେଶ୍ଵର, ୦୩/୦୩ : ରାସ୍ତାକଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର। ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ। ଗଜପତି ଜିଲ୍ଲା ଅଡବା ଥାନା ତୁଆବାଡ଼ି ଗାଁରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ମୃତକ ଜଣଙ୍କ ତୁଆବାଡ଼ି ଗାଁର ତିରିସା ମୁଠାମାଝୀ (୪୫ ବର୍ଷ) ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ରବିବାର ତିରିଶା ମୁଠାମାଝୀ କୌଣସି କାମରେ ନିଜ ବାଇକରେ ପାଣିଗଣ୍ଡା ଯାଇଥିଲେ । ବିଳମ୍ବିତ ରାତି ଯାଏଁ ସେ ଘରକୁ ନଫେରିବାରୁ ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ । ତଥାପି ତାଙ୍କୁ ପାଇନଥିଲେ । ସୋମବାର ଦିନ ସକାଳ ସମୟରେ କଟାମା ଗାଁ ନିକଟରୁ ବାଇକ୍ ମିଳିଥିଲା ଏବଂ ବାଇକ୍ ନିକଟର ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡିଥିଲା । ଯାହାକୁ ଦେଖି ସ୍ଥାନୀୟ ଲୋକେ ତାଙ୍କ ପରିବାରକୁ ଖବର ଦେଇଥିଲେ । ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। 

ତିରିସା ଗତ ବର୍ଷ ସିମନ ମାଝୀ ହତ୍ୟା ଘଟଣାରେ ସାକ୍ଷୀ ଥିଲେ। ତେଣୁ ପୂର୍ବ ଶତ୍ରୁତାରୁ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ହତ୍ୟା ପରେ ତାଙ୍କୁ ନିଜ ବାଇକରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ଆଣି ଗାଁ ଠାରୁ ପ୍ରାୟ ୩ କିଲୋମିଟର କଟାମା ଗାଁ ନିକଟରେ ପିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.