ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ତ୍ରିପୁରାରେ ଓଡ଼ିଆ ଯବାନ ଶହୀଦ, ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର

ଅଗରତାଲା, ୧୭/୧୧ : ତ୍ରିପୁରାରେ ଓଡ଼ିଆ ଯବାନ ଶହୀଦ। ଅଗରତାଲା ଲଙ୍କାମୁରା ଆଇରନ ବ୍ରିଜ୍ ନିକଟରୁ ବିଏସଏଫ୍ ଯବାନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ବେଲଖଣ୍ଡି ଗ୍ରାମର ଈଶ୍ଵର ଚନ୍ଦ୍ର ଡୋରା। ସେ କିଛି ବର୍ଷ ତଳେ ବିବାହ କରିଥିଲେ। ତାଙ୍କର ଏକ କନ୍ୟା ସନ୍ତାନ ରହିଛି। ତାଙ୍କର ମୃତ୍ୟୁ ଖବର ପ୍ରସାରିତ ହେବା ପରେ ତାଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି। 

ସୂଚନାନୁଯାୟୀ, ବିଏସଏଫର ୪୨ତମ ବାଟାଲିୟନର ଯବାନ ଈଶ୍ଵର ଚନ୍ଦ୍ର ଡୋରା ତ୍ରିପୁରାର ଲଙ୍କାମୁରା ବର୍ଡର ଆଉଟପୋଷ୍ଟରେ ଅବସ୍ଥାପିତ ଥିଲେ। ଲଙ୍କାମୁରା ଆଇରନ ବ୍ରିଜ୍ ନିକଟରୁ ଆଜି ସନ୍ଦେହଜନକ ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ଏକ କଲଭର୍ଟରୁ ଖସି ପଡ଼ିବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି। 

ତାଙ୍କ ରାଇଫଲ ଉଦ୍ଧାର ହୋଇଛି। ତାଙ୍କ ଦେହରେ ଗୁଳି ବାଜିଥିବାର କୌଣସି ଚିହ୍ନ ନାହିଁ। ତ୍ରିପୁରା ପୋଲିସ ଏନେଇ ଅଧିକ ତଦନ୍ତ ଆରମ୍ଭ କରିଛି। 






  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.