ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଦଶରଥପୁର, ୧୦/୧୧ : ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଦଶରଥପୁର ଥାନା ଖୋସାଲପୁର ଗ୍ରାମର ଅନତି ଦୂରରେ ଥିବା ଏକ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଦଶରଥପୁର ଅଗ୍ନିଶମ କର୍ମଚାରୀ ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତଦେହ ଉଦ୍ଧାର କରିଛି।

ସୂଚନାନୁଯାୟୀ, ମୃତକ ଜଣକ ସ୍ଥାନୀୟ ଖୋସାଲପୁର ଗ୍ରାମର ଅଶୋକ ପାଣିଗ୍ରାହୀଙ୍କ ପୁଅ ଅଭିମନ୍ୟୁ ପାଣିଗ୍ରାହୀ। ତାଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତାଙ୍କୁ କେହି ହତ୍ୟା କରି ପୋଖରୀ ଭିତରେ ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି। ଖବରପାଇ ଦଶରଥପୁର ଥାନାଧିକାରୀ ବଦ୍ରିକାନାଥ ବେହେରା ସଦଳବଳେ ଘଟଣାସ୍ଥଳରେ ପହଁଚି ମୃତଦେହକୁ ବ୍ୟବଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.