ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବାଲି ବୋଝେଇ ଡମ୍ଫରକୁ ଧକ୍କାଦେଲା ବରଯାତ୍ରୀ ବୋଲେରୋ, ୭ ଗୁରୁତର

ସୋର, ୦୩/୦୨ : ବାଲି ବୋଝେଇ ଡମ୍ଫରକୁ ଧକ୍କାଦେଲା ବରଯାତ୍ରୀ ବୋଲେରୋ। ୭ ବରଯାତ୍ରୀ ଗୁରୁତର। ସୋର ଥାନା ୧୬ ନଂ ଜାତୀୟ ରାଜପଥ ଦହିସଡା ମଡ଼ର୍ଣ୍ଣ ହୋଟେଲ ନିକଟରେ ଶନିବାର ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାରଦୀପା ଗ୍ରାମର ୯ ଜଣ ବରଯାତ୍ରୀଙ୍କୁ ନେଇ ଏକ ବୋଲେରୋ କଟକରୁ ଫେରୁଥିଲା। ଶନିବାର ଭୋର ସମୟରେ ସୋର ଥାନା ୧୬ ନଂ ଜାତୀୟ ରାଜପଥ ଦହିସଡା ମଡ଼ର୍ଣ୍ଣ ହୋଟେଲ ନିକଟରେ ରାସ୍ତା ଉପରେ ଠିଆ ହୋଇଥିବା ଏକ ବାଲି ବୋଝେଇ ଡମ୍ଫରକୁ ଧକ୍କା ଦେଇଥିଲା। ଫଳରେ । ବୋଲେରୋରେ ଥିବା ୯ ଜଣଙ୍କ ମଧ୍ୟରୁ ୭ ଜଣ ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ଖବରପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରି ଥାନାକୁ ଆଣିଛନ୍ତି। ଗୁରୁତର ଆହତମାନେ ହେଲେ ପାରଦୀପା ଗ୍ରାମର ପ୍ରଭାତ କୁମାର ପାତ୍ର, ପ୍ରହଲ୍ଲାଦ ମନ୍ତ୍ରୀ, ଧୀରେନ୍ଦ୍ର କୁମାର ପାତ୍ର, ଖନ୍ତାପଡ଼ା ଅଞ୍ଚଳର ସୁମନ୍ତ ମହାଳିଜ, ଶୁଭମ ମହାଳିକ, ସୋମନାଥପୁର ଗ୍ରାମର ମଣିଭଦ୍ର ଦାସ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.