ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ଗିରଫ

ପୁରୀ, ୦୭/୦୨ : ପୁରୀରେ ଅବାଧରେ ଚାଲିଛି ନିଶା କାରବାର। ତାଳବଣିଆ ଅଞ୍ଚଳରୁ ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ। ଏହା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ସମୁଦ୍ର କୂଳ ପୋଲିସ। ଗିରଫ ହୋଇଥିବା ୨ ଅଭିଯୁକ୍ତ ହେଲେ ଦେବାଶିଷ ଦାସ ଏବଂ ଶୁଭମ୍ ପଟ୍ଟନାୟକ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଏସପି ପିନାକ ମିଶ୍ର। 

ସୂଚନାଯୋଗ୍ୟ, ପୁରୀରେ ବେଆଇନ କାରବାର ଏବଂ ବ୍ରାଉନସୁଗରର ବ୍ୟବହାରକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା। ୭ତାରିଖ ସକାଳେ ଦୁଇଜଣ ବ୍ୟକ୍ତି ବ୍ରାଉନସୁଗର ନେଇ ଏକ ମୋଟର ସାଇକେଲରେ ପୁରୀ ଆସୁଥିବା ସୂଚନା ମିଳିଥିଲା। ଏହାକୁ ତାଳବଣିଆ ହେଲିପ୍ୟାଡରେ ପହଞ୍ଚାଇବାକୁ ଯୋଜନା ହୋଇଥିଲା। ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ହୋଇଥିବା ଟିମ୍ ଦୁଇ ଅପରାଧୀଙ୍କୁ ଗିରଫ କରିଥିଲା। ସେମାନଙ୍କ ନିକଟରୁ ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ ହୋଇଛି। ତେବେ ଅନ୍ଧାରର ସୁଯୋଗ ନେଇ ଗ୍ରାହକ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ପୋଲିସ ଏନେଇ ଅଧିକ ତଦନ୍ତ ଚଳାଇଛି। ଅଭିଯୁକ୍ତଙ୍କ ୨ଟି ବାଇକ୍ ସହ ୨ଟି ମୋବାଇଲ ଜବତ କରାଯାଇଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.