ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ସାଲେପୁରରେ ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍,୨ ମୃତ

ସାଲେପୁର ୦୩/୦୨: ଘନ କୁହୁଡ଼ି ସାଜିଲା କାଳ।  ବାଇକ୍‌ ଓ ବସ୍‌ ଧକ୍କାରେ ଚାଲିଗଲା ୨ଜଣଙ୍କ ଜୀବନ। ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାନ୍ଦବାଲି ବିବିଏନ୍‌ ପ୍ଲାଷ୍ଟିକ୍‌ କାରଖାନା ନିକଟରେ ଘଟିଛି ଦୁର୍ଘଟଣା । ଗୁରୁତରଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସୂଚନା ମୁତାବକ, କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ । ଏହି ସମୟରେ କଟକ ଚାନ୍ଦବାଲି ରାସ୍ତା ବିବିଏନ୍ ପ୍ଲାଷ୍ଟିକ୍ କମ୍ପାନୀ ନିକଟରେ  ବିପରୀତ ଦିଗରୁ ଆସୁଥିବା ବାଇକ୍କୁ ଧକ୍କା ଦେଇଥିଲେ । ଦୁର୍ଘଟଣାରେ ଦୁଇ ବାଇକ୍ ଗୁରୁତର ହୋଇଥିଲେ । ଉଭୟ ଆରୋହୀଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଏବେ ଯାଏଁ ମୃତକଙ୍କର କୌଣସି ପରିଚୟ ମିଳିପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.