ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ନୟାଗଡ଼ ଶାଳଭଙ୍ଗା ନିିକଟରେ ପିକ୍‌ନିକ୍ ବସ୍‌ -ଟ୍ରକ୍ ମୁହାମୁହିଁ ଧକ୍କା: ୩ ମୃତ, ଏକାଧିକ ଗୁରୁତର

Published By : Prameya | January 27, 2024 8:26 AM

ନୟାଗଡ଼ ୨୭/୦୧ : ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ବାଣିଗୋଛା ଥାନା ଶାଳଭଙ୍ଗା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା।  ପିକନିକ୍ ବସ୍‌କୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ନୟାଗଡ଼ ଦଶପଲ୍ଲୀ ସହର ବାରପୁରୁକିଆରେ ଥିବା ଦେବିସ୍ ଟ୍ୟାଲେଣ୍ଟ ଟୁଟୋରିଆଲ୍ସରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ହଷ୍ଟେଲରେ ରହି ପାଠ ପଢିଥାନ୍ତି । ଏହି ସେଣ୍ଟରର ୬୦ରୁ ଅଧିକ ଛାତ୍ରଛାତ୍ରୀ ଏବଂ ଶିକ୍ଷକ-ଶିକ୍ଷୟତ୍ରୀ ମିଶି ହରିଶଙ୍କର ବୁଲିବାକୁ ଯାଉଥିଲେ । 

ଶୁକ୍ରବାର ରାତିରେ ୧୦ଟାରେ ସମସ୍ତେ ଦଶପଲ୍ଲୀ ଛାଡିଥିଲେ ।ମାତ୍ର ୧୫ କିମି ରାସ୍ତା ଯିବା ପରେ  ଶୀକାର ଘଟିଥିଲା ଦୁର୍ଘଟଣା ।ସାମ୍ନାପଟୁ ଆସୁଥିବା ଏକ  ଟ୍ରକଟି ବସକୁ ସାମ୍ନା ପଟୁ ଧକ୍କା ଦେଇଥିଲେ । ଯାହାଫଳରେ ବସ୍‌ଟି କିଛି ବାଟ ଘୋଷାଡି ନେଇଥିଲେ ଟ୍ରକ । ତେବେ ଏହି ଦୁର୍ଘଟଣାରେ ଦୁଇ ଜଣ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ବାକି ଅନ୍ୟ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଉଥିଲା। ନୟାଗଡ଼ ମେଡିକାଲରେ ଆଉ ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଛି। ବାକି ଅନ୍ୟ ସମସ୍ତ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି । 

ମୃତକ ୩ ଛାତ୍ରୀ ହେଲେ ଟାକେରାର ଅମିତା ସାହୁ , ଟାଙ୍ଗିଆପଲ୍ଲିର ଚିନ୍ମୟୀ ପ୍ରିୟଦର୍ଶିନୀ ଏବଂ କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଅଞ୍ଚଳର ଲୋପାମୁଦ୍ରା ପ୍ରଧାନ ବୋଲି ଜଣାପଡିଛି । ଉଭୟ ବସ୍ ଏବଂ ଟ୍ରକର ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ କରୁଛି ପୋଲିସ । ସେପଟେ ନୟାଗଡ଼ ଆର୍‌ଟିଓ ଘଟଣାସ୍ଥଳରେ ଛାନ୍‌ଭିନ୍  ଜାରି ରଖିଛନ୍ତି । ଦୁଇଟି ଗାଡିର ଡ୍ରାଇଭର ନିଶା ସେବନ କରିଥିବା ପ୍ରତ୍ୟକ୍ଷଦର୍ଶୀ ଅଭିଯୋଗ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.