ପ୍ରମୂଖ ଖବର
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ, ଜନତା ମୈଦାନରେ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Published By : Harapriya Sethi | June 19, 2025 2:58 PM

ଭୁବନେଶ୍ୱର, ୧୯/୦୬: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବା ସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଗୁରୁବାର ବିଳମ୍ୱିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ । ମୁଖ୍ୟ ଶାସନସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ ।

ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.