ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ, ନିୟମିତ ହେବ ପୁରୀ ପୌରପାଳିକା ଲିଜ୍ ଜମି

ଭୁବନେଶ୍ୱର, ୧୫/୦୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବଙ୍କ ପୁରୀ ଓ ନୟାଗଡ଼ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସମ୍ପର୍କରେ 5ଟି ସଚିବ ଭି.କେ. ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ପୁରୀ ପୌରପାଳିକା ଜମି ସମସ୍ୟା ସମ୍ପର୍କରେ 5ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜ୍ ଗୁଡ଼ିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ମଣିଷ ଶରୀରରେ ଲାଗିଲା ଘୁଷୁରୀ କିଡନୀ, ଆମେରିକାର ଡାକ୍ତର କହିଲେ ‘ସଠିକ୍ ଭାବେ କାମ କରୁଛି’

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ  ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।    

ପୁରୀ ପୌରପାଳିକା ବହୁ ବର୍ଷ ଧରି  ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ୍ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ମାଧ୍ୟମିକ ଶିକ୍ଷା ପରିଷଦରେ କର୍ମଚାରୀ ମରୁଡ଼ି, ୩୩ ବର୍ଷ ହେଲା ନିଯୁକ୍ତି ନାହିଁ

ନୟାଗଡ ଜିଲ୍ଲାର ମଞ୍ଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଞ୍ଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ୱାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ମହାପ୍ରଭୁଙ୍କ ନୀତି ବିଭ୍ରାଟର ହେଲା ସମାଧାନ, ହେବ ବଡ଼ ମହାସ୍ନାନ ନୀତି

puri
naveen patnaik

Copyright © 2022 - Summa Real Media Private Limited. All Rights Reserved.