ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

କାନାଡା ପ୍ରଧାନମନ୍ତ୍ରୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି, ଦିଲ୍ଲୀରେ ଅଟକିଲା ଟ୍ରୁଡୋଙ୍କ ଫ୍ଲାଇଟ୍‌

Image Courtesy: PTI

ନୂଆଦିଲ୍ଲୀ, ୧୦/୦୯: ରବିବାର ଦିଲ୍ଲୀରୁ ଉଡ଼ାଣ ଭରିବା ବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି । ଜ-୨୦ ସମ୍ମିଳନୀରେ ଯୋଗ ଦେବାକୁ କାନାଡାରୁ ପ୍ରଧାନମନ୍ତ୍ରୀ ଏବଂ ଅନ୍ୟ ଅଧିକାରୀଙ୍କୁ ନେଇ ଆସିଥିବା ବିମାନରେ ତ୍ରୁଟି ଦେଖାଦେଇଛି । ଫଳରେ ଦିଲ୍ଲୀରେ ଅଟକିଛି ଟ୍ରୁଡୋଙ୍କ ବିମାନ । ଇଞ୍ଜିନିୟରିଂ ଟିମ୍‌ ବିମାନରେ ଥିବା ତ୍ରୁଟିକୁ ସୁଧାରିବା ପର୍ଯ୍ୟନ୍ତ ଦିଲ୍ଲୀ ଏୟାରୋର୍ଟରେ ବିମାନଟି ରହିବ ବୋଲି ଜଣାପଡ଼ିଛି । 

‘ମେକ୍‌ ଇନ ଇଣ୍ଡିଆ’ର ମୁଁ ଜଣେ ଆଦର୍ଶ ଉଦାହରଣ: ବିଶ୍ବ ବ୍ୟାଙ୍କ ମୁଖ୍ୟ

ସେପଟେ ଆଜି ଜଷ୍ଟିନ୍‌ ଟ୍ରୁଡୋ ପ୍ରଧାମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଥିଲେ । ଏହି ଅବସରରେ କାନାଡାରେ ଖଲିସ୍ତାନୀ ବିଦ୍ରୋହୀଙ୍କ ଉପଦ୍ରବ ସଂପର୍କରେ ଆଲୋଚନା ହୋଇଥିଲା । କାନାଡାରେ ହେଉଥିବା ଭାରତ ବିରୋଧୀ ଗତିବିଧିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଟ୍ରୁଡୋଙ୍କୁ ଅବଗତ କରାଇଥିବା ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । 

କାନାଡା ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ପ୍ରକାର ବିଶୃଙ୍ଖଳାକୁ ଦମନ କରିବା ଲାଗି ଆମେ ଭାରତ ସହ ଅଛୁ । ଏହା ସହ କାନାଡା ସର୍ବଦା ବାକ୍‌ ସ୍ବାଧୀନତା ଏବଂ ଶାନ୍ତିପୂର୍ଣ୍ଣ ଆନ୍ଦୋଳନକୁ ସମର୍ଥନ କରିଆସିଛି ବୋଲି ଟ୍ରୁଡୋ କହିଛନ୍ତି ।  କାନାଡାର ଭାରତ ଗୁରୁତ୍ବପୂର୍ଣ୍ଣ ବନ୍ଧୁ ବୋଲି କହିଛନ୍ତି କାନାଡା ପ୍ରଧାନମନ୍ତ୍ରୀ । ଏହା ସହ ଅନେକ କାର୍ଯ୍ୟ କରିବାକୁ ହେବ ଏବଂ ଆମେ ମିଶି ସବୁ କାର୍ଯ୍ୟ କରିବୁ ବୋଲି ଜଷ୍ଟିନ୍‌ ଟ୍ରଡୋ କହିଛନ୍ତି ।

You can also read: ଚନ୍ଦ୍ରବାବୁ ନାଇଡୁଙ୍କୁ ୧୪ ଦିନିଆ ରିମାଣ୍ଡରେ ପଠାଇଲେ କୋର୍ଟ, ଟିଡିପି ମୁଖ୍ୟଙ୍କୁ ହୋଇପାରେ ୧୦ ବର୍ଷ ଜେଲ୍‌ !


Justin Trudeau

Copyright © 2022 - Summa Real Media Private Limited. All Rights Reserved.