ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ବାଲେଶ୍ୱର ବାହାନଗା ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସହ “କାହାଣୀ, କଳା, ଖୁସି' ପାଳନ

 ବାଲେଶ୍ୱର,୬/୧୨ : ବାଲେଶ୍ୱର ଜିଲ୍ଲା ବାହାନଗା ସରକାରୀ ଉଚ୍ଚ ବିଦ୍ୟାଳୟରେ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ କାହାଣୀ ପ୍ରସ୍ତୁତ କରିବା, କଳାକୁ ପ୍ରେରଣା ଦେବା ଏବଂ ଛାତ୍ରଛାତ୍ରୀଙ୍କ ସହ ଖୁସି ସୃଷ୍ଟି କରିବା ଭଳି କାର୍ଯ୍ୟକ୍ରମ “କାହାଣୀ, କଳା, ଖୁସି' ପାଳିତ ହୋଇଯାଇଛି । ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ଆକର୍ଷଣୀୟ ସ୍କୁଲ ବ୍ୟାଗ୍, କଲର ବକ୍ସ, କ୍ରେୟନ, ଆର୍ଟ ବ୍ରସ୍ ଆଦି କଳା / ଚିତ୍ରାଙ୍କନ ସାମଗ୍ରୀ ଏବଂ ଆଉ କିଛି ଉପହାର ବଣ୍ଟନ କରାଯାଇଛି । ବାହାନଗା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯଦୁନାଥ ସିଆଲ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ, ରିଲାଏନ୍ସ ଫାଉଣ୍ଡେସନ ଅଧିକାରୀ ଏବଂ ରିଲାଏନ୍ସ ଜିଓ, ରିଲାଏନ୍ସ ରିଟେଲ, ଜିଓ-ବିପି ସମେତ ଅନ୍ୟ ଆରଆଇଏଲ୍ ଗ୍ରୁପ୍ କମ୍ପାନିର କର୍ମଚାରୀ ସ୍ୱେଚ୍ଛାସେବୀ ମାନଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ୟୁନିସେଫ୍ ଓ ଓଏସଡିଏମଏର ମାନସିକ ସ୍ୱାସ୍ଥ୍ୟ ଓ ମାନସିକ-ସାମାଜିକ ବିଶେଷଜ୍ଞ ମଧୁମିତା ଦାସ, ମିଳିତ ଜାତିସଂଘ- ଇଣ୍ଡିଆ ୟୁୱା ଆଡଭୋକେଟ୍ ୨୦୨୨-୨୪ ସୌମ୍ୟରଂଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ।

ଅପରାହ୍ନରେ ବଜ୍ରପାତ ସମୟରେ ବିଭିନ୍ନ ସୁରକ୍ଷା କୌଶଳ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ଛାତ୍ରଛାତ୍ରୀଙ୍କ ପାଇଁ ବଜ୍ରପାତ ନିରାପତ୍ତା କୌଶଳ ଉପରେ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବାଲେଶ୍ୱର ଜିଲ୍ଲା ଜରୁରୀକାଳୀନ ବିଭାଗ ପ୍ରକଳ୍ପ ଅଧିକାରୀ ଜ୍ୟୋତିର୍ମୟ ବିଶ୍ୱାଳଙ୍କ ଉପସ୍ଥିତିରେ ଓଏସଡିଏମଏ ମାଷ୍ଟର ଟ୍ରେନର ପ୍ରିୟ ରଞ୍ଜନ ରାଉତ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସୁରକ୍ଷା ଉପାୟ ଓ ବଜ୍ରପାତ ନିରାପତ୍ତା ସ୍ଥିତି ପ୍ରଦର୍ଶିତ କରିଥିଲେ ।

ଅନ୍ୟ ଏକ ସ୍ୱତନ୍ତ୍ର ଅଧିବେଶନରେ ଛାତ୍ରଛାତ୍ରୀ ମାନଙ୍କୁ ପରିବେଶ ସଂରକ୍ଷଣ ପାଇଁ ପ୍ରକୃତି ଭିତ୍ତିକ ସମାଧାନ ଉପରେ ମିଳିତ ଜାତିସଂଘ-ଇଣ୍ଡିଆ ୟୁୱା ଆଡଭୋକେଟ ୨୦୨୨-୨୪ ସୌମ୍ୟ ରଞ୍ଜନ ବିଶ୍ୱାଳ ଏକ ସୁସ୍ଥ ଏବଂ ସୁରକ୍ଷିତ ପରିବେଶ ପାଇଁ ହେନ୍ତାଳବଣ ପରିବ୍ୟବସ୍ଥା ଏବଂ ହେନ୍ତାଳବଣ ସଂରକ୍ଷଣର ଗୁରୁତ୍ୱ ବିଷୟରେ ସୂଚନା ପ୍ରଦାନ କରିଥିଲେ ।

ସୂଚନାଯୋଗ୍ୟ ଯେ, ରିଲାଏନ୍ସ ଫାଉଣ୍ଡେସନ ବାଲେଶ୍ୱରରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ଗୁରୁତର ପ୍ରଭାବିତ ପରିବାରଗୁଡିକୁ ସହାୟତା ପ୍ରଦାନ କରିବା ସହ ଶୁଖିଲା ରାସନ ବଂଟନ, ପ୍ରଭାବିତ ବ୍ୟକ୍ତି ଓ ପରିବାରକୁ ସହାୟତା ଉପକରଣ ଯୋଗାଣ ସହିତ ସ୍ନେହ ସୃଜନ ଅଧିବେଶନ ମାଧ୍ୟମରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକମାନଙ୍କୁ ଭାବନାତ୍ମକ ଓ ମାନସିକ ସହାୟତା ଭଳି ଅନେକ ପଦକ୍ଷେପ ଆରମ୍ଭ କରିଥିଲା । ରିଲାଏନ୍ସ ଫାଉଣ୍ଡେସନ "ସ୍ନେହ ସୃଜନ’ ଅଭିଯାନ ମାଧ୍ୟମରେ ପିତାମାତା ଏବଂ ପିଲାମାନଙ୍କ ସମେତ ଗୋଷ୍ଠୀ ସମୁଦାୟର ମାନସିକ ଅବସ୍ଥାରେ ଉନ୍ନତି ଆଣିବା ଉପରେ ଧ୍ୟାନ ଦେଇଥିଲା । ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ, ଅନ୍ୟାନ୍ୟ ଅଂଶୀଦାରଙ୍କ ସହ ସ୍ନେହ ସୃଜନ ଅଧିବେଶନର ତିନୋଟି ପର‌୍ୟ୍ୟାୟ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଛି ଏବଂ ଫଳସ୍ୱରୂପ ବିଦ୍ୟାଳୟକୁ ଆସୁଥିବା ଏବଂ କ୍ଲାସରେ ଯୋଗ ଦେଉଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି । ରିଲାଏନ୍ସ ଫାଉଣ୍ଡେସନ୍ ମଧ୍ୟ ଏହି ବିଦ୍ୟାଳୟକୁ କିଛି ଲେଖନ ବୋର୍ଡ ପ୍ରଦାନ କରିଥିଲା ଯାହା ନବନିର୍ମିତ ଶ୍ରେଣୀ ଗୃହଗୁଡ଼ିକୁ ଠିକ୍ ସମୟରେ କାର୍ଯ୍ୟ କରିବାରେ ସାହାଯ୍ୟ କରିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.