ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ନୂଆପଡ଼ାରେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍, ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

ନୂଆପଡ଼ା, ୦୨/୦୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍ ନୂଆପଡ଼ା ଜିଲ୍ଲା ଗସ୍ତ କରିଚନ୍ତି । ନୂଆପଡ଼ାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ସମୀକ୍ଷା କରିବା ସହ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ସହ କଥା ହୋଇଛନ୍ତି ।

ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ନୂଆପଡ଼ା ଜିଲ୍ଲାର କଲେଜ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପାଣ୍ଡିଆନ୍ । ଏହି ଅବସରରେ କାର୍ତ୍ତିକ ପାଣ୍ଡିଆନ୍ କହିଛନ୍ତି, ନୂଆ-ଓ ହେଉଛି ଯୁବବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଏକ ପ୍ଲାଟଫର୍ମ । ଯେଉଁଠି ଛାତ୍ରଛାତ୍ରୀମାନେ ସେମାନଙ୍କ ବ୍ୟକ୍ତିଗତ ଅନ୍ତର୍ନିହତ କଳାକୁ ପ୍ରଦର୍ଶନ କରି ପାରିବେ । ଏହା ଦ୍ୱାରା ସେମାନଙ୍କ ଶିକ୍ଷଣୀୟ ବିକାଶ ସହ ଅନ୍ୟ କଳା ଜାଣି ହେବ ।

ପାଣ୍ଡିଆନ୍ ଆହୁରି କହିଛନ୍ତି, ଫେବ୍ରୁଆରୀ ଶେଷ ସୁଦ୍ଧା ଜିଲ୍ଲାର ସମସ୍ତ କଲେଜର ରୂପାନ୍ତରଣ ସରିବ । ଏହି ଅବସସରେ ପାଣ୍ଡିଆନ୍ ୧୨.୩୫ କୋଟିରେ ମାଆ ସୁନାଦେଇ ମନ୍ଦିରର ହେଉଥିବା ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

କୋନାବିରା ଉଠାଜଳସେଚନ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିତିଲେ । ଏହା ୪୨୫.୪୩ କୋଟି ଟଙ୍କାରେ ନିର୍ମାଣ ହେଉଥିବା ବେଲେ ବୋଡେନ୍ ଓ ସିନାପାଲି ବ୍ଲକବାସୀ ଉପକୃତ ହେବେ । ୨୧ ହଜାର ୨୬୯ କୋଟି ଚାଷ ଜମି ଜଳସେଚିତ ହେବ ।

ଏଥିସହ ନୂଆପଡ଼ା ଜିଲ୍ଲା ଚିକିତ୍ସାଳୟରେ ଟ୍ରମା କେୟାର୍ ଫାସିଲିଟିର ନିର୍ମାଣ, ଓପିଡି ଆଇପିଡି କମ୍ପ୍ଲେକ୍ସ ନିର୍ମାଣର ଅନୁଧ୍ୟାନ କରିଥିଲେ ପାଣ୍ଡିଆନ୍ । ୩୦ କୋଟି ବ୍ୟୟରେ ନିର୍ମାଣାଧୀନ ସୁନାବେଡ଼ା-କୋମନା ରାସ୍ତା କାର୍ଯ୍ୟର ସମୀକ୍ଷା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.