ଭୁବନେଶ୍ବର,୧୭/୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି – ଇବ୍ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବାବେଳେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ୫ଟି ବ୍ଲକର ଲୋକ ଉପକୃତ ହେବେ । ଭୂତଳ ଜଳସ୍ତର ବୃଦ୍ଧି ହେବା ସହ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ଼ ଓ ଝାରସୁଗୁଡା ବ୍ଲକ୍ରେ ଜନସାଧାରଣ ଉପକୃତ ହେବାବେଳେ, ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡ଼ଗାଁ ଓ ବାମରା ବ୍ଲକର ଜନସାଧାରଣ ଉପକାର ପାଇବେ ।