ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଶିଷ୍ଟ ସାହିତ୍ଯିକ ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ

ଭୁବନେଶ୍ଵର, ୧୧।୨ :ବିଶିଷ୍ଟ ସାହିତ୍ଯିକ, ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ସଭାପତି ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

 ଏକ ଶୋକବାର୍ତ୍ତାରେ ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ ରାଜ୍ଯର ଜଣେ ପ୍ରତିଷ୍ଠିତ ତଥା ଖ୍ଯାତି ସମ୍ପନ୍ନ ସାହିତ୍ଯିକ ଭାବେ  ସାତକୋଡି ହୋତାଙ୍କ ସୁନାମ ରହିଥିଲା । ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ଯାସ, କବିତା ଓ ଅନୁବାଦ ସାହିତ୍ଯ ରଚନା ମାଧ୍ଯମରେ ଓଡିଆ ସାହିତ୍ଯ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି । ଏଥି ସହିତ ଜଣେ ଦକ୍ଷ ସଂଗଠକ ଓ ସାମ୍ବାଦିକ ଭାବରେ ମଧ୍ଯ ତାଙ୍କର ସୁନାମ ରହିଥିଲା । ତାଙ୍କ ବିୟୋଗ ଓଡିଆ ସାହିତ୍ଯ ଜଗତ ପାଇଁ  ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି ।

 ସ୍ଵର୍ଗତ  ସାତକଡ଼ି   ହୋତାଙ୍କ  ଶେଷକୃତ୍ୟ  ରାଷ୍ଟ୍ରୀୟ   ସମ୍ମାନ  ସହ  କରାଯିବ ବୋଲି  ମୁଖ୍ୟମନ୍ତ୍ରୀ   ଘୋଷଣା  କରିଛନ୍ତି।  ମୁଖ୍ୟମନ୍ତ୍ରୀ ଶ୍ରୀ   ପଟ୍ଟନାୟକ ସ୍ଵର୍ଗତ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.