ଭୁବନେଶ୍ବର,୧।୧୧ : ଆସନ୍ତା ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆସନ୍ତା ୩ରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ରହୁଥିବାରୁ ଅଭିଯୋଗ ଶୁଣାଣି ବାତିଲ କରାଯାଇଛି। ପରର୍ବତ୍ତି ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ପରବର୍ତ୍ତି ସମୟରେ ଜଣାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି।