ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟର ଗଣଶିକ୍ଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଉପକୃତ ହେବେ ୧୨ ହଜାରରୁ ଅଧିକ ଗଣଶିକ୍ଷକ

ଭୁବନେଶ୍ୱର, ୧।୩: ରାଜ୍ୟର ଗଣଶିକ୍ଷକମାନଙ୍କ ପାଇଁ ଖୁସି ଖବର । ଓଟିଇଟି ପାସ୍‌ କରିଥିବା ଗଣଶିକ୍ଷକ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ । ଓଟିଇଟି ପାସ୍‌ କରିଥିବା ଏକ୍ସ କ୍ୟାଡର ସହକାରୀ ଶିକ୍ଷକ ପାଇବେ ବାର୍ଷିକ ଇନକ୍ରିମେଣ୍ଟ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । 

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ମୋଟ୍ ୧୨ ହଜାର ୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଓଟିଇଟି ପାସ୍ କରିଥିବା ଗଣଶିକ୍ଷକମାନଙ୍କୁ ଏକ୍ସ କ୍ୟାଡର ଭାବରେ ନିୟମିତ କରାଯିବ । ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ   ଉପକୃତ ହେବେ । 

ସେହିପରି ଓଟିଇଟି ପାସ୍ କରିନଥିବା ଗଣଶିକ୍ଷକମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେବେ । ଏଥିସହ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ୍ କରିଥିବା ସହକାରୀ ଶିକ୍ଷକ(ଏକ୍ସ କ୍ୟାଡର)ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ(ଏକ୍ସ କ୍ୟାଡର)  ଉପକୃତ ହେବେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.