ଭୁବନେଶ୍ବର,୭।୯ : ରବିବାର ହେଉଛି ସରକାରୀ ଛୁଟି ଦିବସ। ତେବେ ଏହି  ସରକାରୀ ଛୁଟି ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ତାଙ୍କ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରଠାରୁ ସକାଳୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ଫାଇଲ କାମରେ ବ୍ୟସ୍ତ ରହୁଛନ୍ତି। ଛୁଟି ଦିନ ହେଉ କିମ୍ବା ସରକାରୀ କାର୍ଯ୍ୟଦିବସ ତାଙ୍କ ପାଇଁ ସବୁଦିନ ସମାନ। ସବୁଦିନ ଲୋକଙ୍କ ପାଇଁ କାମ ଏବଂ ରାଜ୍ୟର ବିକାଶ ଲାଗି କାମ କରିବାରେ ମୁଖ୍ୟମନ୍ତ୍ରୀ ବ୍ୟସ୍ତ ରହୁଛନ୍ତି

ସରକାର ହେଉଛନ୍ତି ଲୋକଙ୍କ ସରକାର। ମୁଖ୍ୟମନ୍ତ୍ରୀ ହେଉଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ, ସେଥିପାଇଁ ରାଜ୍ୟ ତଥା ରାଜ୍ୟବାସୀଙ୍କ ବିକାଶକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ପ୍ରାଧାନ୍ୟ ଦେଉଛନ୍ତି। ଲୋକଙ୍କ ସେବା ହେଉଛି ଜଣେ ଜନପ୍ରତିନିଧିର ପ୍ରଥମ କର୍ତ୍ତବ୍ୟ, ଯାହାକି ପ୍ରମାଣିତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ବି  କାମ କରୁଛନ୍ତି ସିଏମ୍ ।