ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ବିଦ୍ୟୁତ୍ ଆଘାତରେ ଠିକା ସଂସ୍ଥାର କର୍ମଚାରୀ ମୃତ

ନିମବାହାଳି, ୧/୯ : ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ବିଡ଼ୋ ଗାଁରେ ବିଦ୍ୟୁତ ଆଘାତରେ ଜଣେ ଠିକା ସଂସ୍ଥାର କର୍ମଚାରୀଙ୍କ ମୃତ୍ୟୁ l ଏହାକୁ ନେଇ ଢେଙ୍କାନାଳ ମେଡ଼ିକାଲରେ ଉତ୍ତେଜନା ପ୍ରକାଶ ପାଇଛି l ମୃତ କର୍ମଚାରୀ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମଙ୍ଗଳପୁର ଗାଁର ଗଣେଶ୍ଵର ସ୍ଵାଇଁ (୨୬) ବୋଲି ଜଣାପଡିଛି । 

ସୂଚନା ଅନୁଯାୟୀ, ସେ ବିଡ଼ୋ ଗାଁରେ ବିଦ୍ୟୁତ ଖୁଣ୍ଟରେ ଚଢି ଘରକୁ ବିଦ୍ୟୁତ ସଂଯୋଗ କାମ କରୁଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତଳକୁ ଖସି ପଡ଼ିଥିଲେ । ଗ୍ରାମବାସୀଙ୍କ ସହଯୋଗରେ ସାଥି କର୍ମଚାରୀମାନେ ତାଙ୍କୁ ନିକଟସ୍ଥ ମେରାମଣ୍ଡଳି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ନ ଥିବାବେଳେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବାବେଳେ ଡାକ୍ତର ସେଠାରେ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ତେବେ ଏ ସମ୍ପର୍କରେ ହିନ୍ଦୋଳ ରୋଡ଼ ବିଦ୍ୟୁତ ବିଭାଗ ଅଧିକାରୀଙ୍କୁ ଯୋଗାଯୋଗ କରିବାରୁ ତାଙ୍କ ନିକଟରେ ଏ ନେଇ କୌଣସି ସୂଚନା ନଥିବା ପ୍ରକାଶ କରିଛନ୍ତି  । ତେବେ କିଭଳି ଭାବେ ଠିକା ସଂସ୍ଥା ପକ୍ଷରୁ ବିଦ୍ୟୁତ ବିଭାଗର ବିନା ପରାମର୍ଶ ଠିକା ସଂସ୍ଥା ବିଦ୍ୟୁତ ସଂଯୋଗ କାର୍ଯ୍ୟ କରୁଥିଲା ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି  ।

 

Mruta
dhenkanal

Copyright © 2022 - Summa Real Media Private Limited. All Rights Reserved.