ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ପୁରୀରେ ସମବାୟ ରଥର ଶୁଭାରମ୍ଭ

ପୁରୀ, ୧୪/୧୧ : ୭୦ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନ ଅବସରରେ ସମବାୟ ବିଭାଗ ପୁରୀ ବିଭାଜନ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଦୁଇଟି ସମବାୟ ରଥର ଶୁଭାରମ୍ଭ କରାଯାଇଛି। ଏହାକୁ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ସମବାୟ ଆନ୍ଦୋଳନକୁ ଆହୁରି କ୍ରିୟାଶୀଳ କରିବାରେ ସହାୟକ ହେବ ବୋଲି କହିଥିଲେ।

ଆମ ରାଜ୍ୟ ଓ ଦେଶର ଅର୍ଥନୀତିକୁ ସୁଦୃଢ କରିବାରେ ସମବାୟର ବଡ଼ ଯୋଗ ଦାନ ରହିଛି। ଏହା ଆହୁରି ଅଧିକ ସମ୍ପ୍ରସାରିତ କରିବା ଉଦ୍ଦେଶ୍ୟରେ ଏହି ରଥ ଜିଲ୍ଲାର ସମସ୍ତ ୧୧ଟି ବ୍ଲକ ପରିକ୍ରମଣ କରି ଲୋକଙ୍କୁ ସଚେତନ କରିବ ବୋଲି ଶ୍ରୀ ସାହୁ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରୀ ନିମାପଡ଼ା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି କିଶୋର କୁମାର ଛୋଟରାୟ, ଯୁଗ୍ମ ନିବନ୍ଧକ ତଥା ଭାରପ୍ରାପ୍ତ ଉପ ନିବନ୍ଧକ ରୁଦ୍ର ପ୍ରସାଦ ଦାସ, ସମ୍ପାଦକ ସାରଥୀ ଶତପଥୀ ଓ ଏଆରସିଏସ ସ୍ୱରୂପ କୁମାର କର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.