ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ୦୭/୧୨ : ଓଡ଼ିଶାରେ ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶାରେ ପିଏମ୍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ।

ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା)କୁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା) ନାମରେ ଶୁଭାରମ୍ଭ କରାଯାଇଛି। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନକୁ ଜାରି ରଖିବା ପାଇଁ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସୁଦ୍ଧା କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା ପିଏମ ଉଷାକୁ  ଅନୁମୋଦନ ମିଳିଥିବା ବେଳେ ୧୨ ହଜାର ୯୨୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି କରିବା ଏହି ଯୋଜନାର ଲକ୍ଷ୍ୟ ରହିଛି । ବିଶେଷ ଭାବରେ ଦୁର୍ଗମ, ଜନଜାତି ଅଧ୍ୟୁଷିତ, ମାଓ ପ୍ରଭାବିତ ଅଞ୍ଚଳରେ ଉଚ୍ଚତର ଶିକ୍ଷା ପାଇଁ ସୁଯୋଗ ସୃଷ୍ଟି କରିବାର ଉଦ୍ଦେଶ୍ୟ ରହିଛି । ସେହିପରି ଉଚ୍ଚତର ଶିକ୍ଷା କ୍ଷେତ୍ରରେ ଆଞ୍ଚଳିକ ବୈଷମ୍ୟ ଦୂର କରିବା ଦିଗରେ ଏହି ଯୋଜନା ସହାୟକ ହେବ ।  

ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଯୋଜନାର ଗାଇଡଲାଇନ ଅନୁସାରେ ପିଏମ ଉଷା ଯୋଜନାକୁ କ୍ରିୟାନ୍ୱୟନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡିକ ବୁଝାମଣା ସ୍ୱାକ୍ଷରିତ(ଏମଓୟୁ) କରିବା ଦରକାର । ଏମଓୟୁର ଫର୍ମାଟ୍ ଗତ ବର୍ଷ ଜୁନ ୨୪ ତାରିଖରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଦିଆଯାଇସାରିଛି । ପିଏମ୍ -ଉଷା ନିର୍ଦ୍ଦେଶାବଳୀ ଅଧୀନରେ ନିର୍ଦ୍ଧାରିତ ବୁଝାମଣାପତ୍ର ସ୍ୱାକ୍ଷର କରିବା ଓଡ଼ିଶା ଭଳି ରାଜ୍ୟ ପାଇଁ ପ୍ରାଥମିକତା ଅଟେ । ଏମଓୟୁରେ ପିଏମ ଉଷାର ସଠିକ୍ ଯୋଜନା, କାର୍ଯ୍ୟକାରିତା ଏବଂ ତଦାରଖ ସମ୍ପର୍କିତ ବିବରଣୀ ପ୍ରଦାନ କରାଯାଇଛି । ମଲଟିପୁଲ ଏଣ୍ଟ୍ରି-ଏକଜିଟ୍, ଏକାଡେମିକ୍ ବ୍ୟାଙ୍କ ଅଫ୍ କ୍ରେଡିଟ୍, ଏନଏଚଇକ୍ୟୁଏଫ, ଭାରତୀୟ ଜ୍ଞାନ ବ୍ୟବସ୍ଥା ଭଳି ସଂସ୍କାର ସହିତ ଯୋଡ଼ି ଓଡ଼ିଶା ରାଜ୍ୟ ଦ୍ୱାରା ପ୍ରସ୍ତାବ ଗୁଡ଼ିକର ଯୋଜନା ଏବଂ ଡ୍ରାଫ୍ଟ ପ୍ରସ୍ତୁତ କରିବାର କରିବାର ପ୍ରତିବଦ୍ଧତା ଦେଶର ଉଚ୍ଚଶିକ୍ଷାର ଉନ୍ନତି ପାଇଁ ସରକାରଙ୍କ ନୀତି ଏବଂ ଯୋଜନା ମଧ୍ୟରେ ଉତ୍ତମ ସମନ୍ୱୟ ଆଣିବ । 

ରୁସାର ପୂର୍ବ ପର୍ଯ୍ୟାୟରେ ଓଡ଼ିଶା ସକ୍ରିୟ ଅଂଶଗ୍ରହଣ କରି ରାଜ୍ୟରେ ଉଚ୍ଚଶିକ୍ଷାର ଉନ୍ନତି ପାଇଁ ଯୋଜନା ଅନ୍ତର୍ଗତ ଆସିଥିବା ଆର୍ଥିକ ସହାୟତାକୁ ଉପଯୋଗ କରିବାରେ ସଫଳ ହୋଇଛି । ତେବେ ପିଏମ ଉଷାର ନୂତନ ପର୍ଯ୍ୟାୟରେ ଓଡ଼ିଶା ଏ ପର୍ଯ୍ୟନ୍ତ ଏମଓୟୁ ସ୍ୱାକ୍ଷର କରିନାହିଁ । ଏହି ଯୋଜନାରେ ଅନୁଦାନ ପାଇବା ପାଇଁ ପ୍ରସ୍ତାବ ଗୁଡିକର ଦାଖଲ ପ୍ରକ୍ରିୟା ଗତ ବର୍ଷ ଅକ୍ଟୋବର ୨୧ ତାରିଖରୁ ଆରମ୍ଭ ହୋଇସାରିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ପିଏମ ଉଷା ଯୋଜନାର କ୍ରିୟାନ୍ୱୟନ ପାଇଁ ସହଯୋଗ ଏବଂ ନିରନ୍ତର ସମର୍ଥନ ଦେବା ପାଇଁ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି । ଏହି ଯୋଜନାର ଲାଭ ନେବାରେ ଓଡ଼ିଶା ଯେପରି ବଞ୍ଚିତ ନ ହେବ, ସେଥିପାଇଁ ତୁରନ୍ତ ଏହା ଉପରେ ଧ୍ୟାନ ଦେବା ପାଇଁ ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଗତ ବର୍ଷ ୧୫ ଜୁନରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପିଏମ-ଉଷା ଯୋଜନାର ଶୁଭାରମ୍ଭ ହେବା ନେଇ ପତ୍ର ମାଧ୍ୟମରେ ଅବଗତ ମଧ୍ୟ କରାଇଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.