ପ୍ରମୂଖ ଖବର
  • ମୁମ୍ବାଇ: ଭୁଶୁଡିଲା ତିନି ମହଲା କୋଠା,ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦେବଗଡ଼ର କଣ୍ଡଳ ଠାରେ ବିଜେପିର ‘କାନ୍ଥ ଲିଖନ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବାରକୋଟ, ୧୫/୦୧ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ କଣ୍ଡଳ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ‘କାନ୍ଥ ଲିଖନ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଆଗାମୀ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀଙ୍କ ଅଧିକ ଆସ୍ଥାଭାଜନ ହେବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଙ୍ଗ ତୁଳି ଧରି କାନ୍ଥରେ ପଦ୍ମ ଫୁଲ ଆଙ୍କିବା ସହ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତି ଅବସରରେ ବିଜେପି ପକ୍ଷରୁ ‘କାନ୍ଥ ଲିଖନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଆଶା ଭରସାର ଚିହ୍ନ ପଦ୍ମ । ମୋଦିଙ୍କ ଚିହ୍ନ ପଦ୍ମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର ଗରିବ, ମହିଳା, ଚାଷୀ, ଯୁବକ, ଜନଜାତି ତଥା ପଛୁଆବର୍ଗଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ ହୋଇଛନ୍ତି । ସମାଜର ସାଧାରଣ ଲୋକର ଭରସାର ପ୍ରତୀକ ହୋଇଛନ୍ତି । ମୋଦି ସରକାରଙ୍କ କଲ୍ୟାଣକାରୀ କାର୍ଯ୍ୟକୁ ନେଇ ଆମ ଦଳ ରାଜ୍ୟରେ ଆଗାମୀ ଲୋକସଭା ଓ ବିଧାନସଭା ୨୦୨୪ ନିର୍ବାଚନ ପାଇଁ ଲୋକମାନଙ୍କର ଅଧିକ ଆସ୍ଥାଭାଜନ ହେବା ପାଇଁ ଅଭିଯାନ ଆରମ୍ଭ କରିଛି । ଗାଁ ଗାଁରେ ମୋଦି ଗ୍ୟାରେଣ୍ଟି ପହଞ୍ଚାଇବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.