ପ୍ରମୁଖ ଖବର
  • ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ
  • ||
  • ସୋମବାରଠୁ ସଂସଦର ଶୀତ ଅଧିବେଶନ, ୨୨ ତାରିଖ ଯାଏଁ ଚାଲିବ: ୨୧ଟି ବିଧେୟକ ଉପରେ ହେବ ଆଲୋଚନା
  • ||
  • ଭୁବନେଶ୍ୱର: ୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||

ସୋଆରେ ଏନ୍‌ଏସ୍‌ଏସ୍‌ର ପୂର୍ବାଞ୍ଚଳ ପ୍ରାକ୍ ଗଣତନ୍ତ୍ର ଦିବସ କ୍ୟାମ୍ପ୍ ଉଦ୍‌ଘାଟିତ

ଭୁବନେଶ୍ୱର,୧୫/୧୧ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ବୁଧବାର ଜାତୀୟ ସେବା ସଂସ୍ଥା (ଏନ୍‌ଏସ୍‌ଏସ୍‌) ସ୍ୱେଚ୍ଛାସେବୀମାନଙ୍କ ନିମନ୍ତେ ୧୦ଦିନିଆ ପୂର୍ବାଞ୍ଚଳ ପ୍ରାକ୍ ଗଣତନ୍ତ୍ର ଦିବସ କ୍ୟାମ୍ପ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ୟାମ୍ପରେ ଯୋଗ ଦେଇଥିବା ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ଉତ୍ସାହିତ କରିବା ସହ ଜାତିର ଜନକ ମହାତ୍ମା ଗାନ୍ଧିଙ୍କୁ ଦେଶର ସର୍ବକାଳୀନ ଓ ସର୍ବୋଚ୍ଚ ସ୍ୱେଚ୍ଛାସେବୀ ବୋଲି ଅଭିହିତ କରିଥିଲେ । 

୧୯୬୯ରେ ମହାତ୍ମା ଗାନ୍ଧିଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ନ୍ୟାସ୍‌ନାଲ ସର୍ଭିସ୍ ସ୍କିମ୍ (ଏନ୍‌ଏସ୍‌ଏସ୍‌) ପ୍ରତିଷ୍ଠା ହୋଇଥିବାବେଳେ ତାଙ୍କ ଭଳି ନିଃସ୍ୱାର୍ଥପର ଓ ସହନଶୀଳ ସ୍ୱେଚ୍ଛାସେବୀ ଭାବେ କାର୍ଯ୍ୟ କରିବାକୁ ଶ୍ରୀ ନାୟକ ଆହ୍ୱାନ ଦେଇଥିଲେ । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ ନନ୍ଦ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ସ୍ୱେଚ୍ଛାସେବୀ ମାନଙ୍କୁ ମହାତ୍ମାଙ୍କ ଚିନ୍ତାଧାରାରେ ଉଦ୍‌ବୁଦ୍ଧ ହେବା ସହ ଅନ୍ୟମାନଙ୍କଠାରୁ ଅଲଗା ଭାବେ କାର୍ଯ୍ୟ କରିବାର ଦକ୍ଷତା ରଖିବା ଉଚିତ୍ ବୋଲି ଉପଦେଶ ଦେଇଥିଲେ । 

କାର୍ଯ୍ୟକ୍ରମରେ ସୋଆ ଏନ୍‌ଏସ୍‌ଏସ୍ କୋର୍ଡିନେଟର ପ୍ରଫେସର ନଚିକେତା କେ. ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଏନ୍‌ଏସ୍‌ଏସ୍‌ର ଆଂଚଳିକ ନିର୍ଦ୍ଦେଶିକା ସୁଶ୍ରୀ ସରିତା ପଟେଲ୍‌, ରାଜ୍ୟ ଏନ୍‌ଏସ୍‌ଏସ୍ ଅଫିସର ଡକ୍ଟର ରମେଶ ଚନ୍ଦ୍ର ବେହେରା ଓ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ । ସୋଆ ଏନ୍‌ଏସ୍‌ଏସ୍ ବ୍ୟୁରୋ ଆଡିସ୍‌ନାଲ୍ ପ୍ରୋଗ୍ରାମ କୋର୍ଡିନେଟର ଡକ୍ଟର କମଳଲୋଚନ ମହନ୍ତ ଧନ୍ୟବାଦ ଅର୍ପଣ କରିଥିଲେ । ନଭେମ୍ବର ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି କ୍ୟାମ୍ପରେ ଅରୁଣାଚଳ ପ୍ରଦେଶ, ଆସାମ୍‌, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକିମ୍‌, ତ୍ରିପୁରା ଓ ପଶ୍ଚିମବଙ୍ଗର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନେ ଯୋଗ ଦେଇଛନ୍ତି ।

 

Copyright © 2022 - Summa Real Media Private Limited. All Rights Reserved.