ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ, ମାହୁନ୍ତକୁ କଚାଡି ହାତୀ ପଳେଇଲା

ସୁବର୍ଣ୍ଣପୁର, ୧୦।୧୨ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ସ୍ଥାନ ଛାଡ଼ି ପଳେଇଛି।  ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣା ପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ଜଣାପଡିଛି । 

ସୂଚନା ଅନୁସାରେ ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ ଥିଲା। କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଲାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ। ଏବେ ସମସ୍ତେ ହାତୀ ଟିକୁ ଖୋଜିବା ରେ ଲାଗିଥିବା ବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।

ଆହୁରି ପଢନ୍ତୁ : କମେଣ୍ଟ ମରାକୁ ନେଇ ବାର୍ ସମ୍ମୁଖରେ ତୁମୁଳକାଣ୍ଡ : ୯ ଗିରଫ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.