ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର, ୩୧/୦୧ : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନିତ କରିବେ। ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ଜୀବନବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡ଼ିଆ ସମ୍ମାନରେ ସମ୍ମାନିତ କରାଯିବ। ପୁରସ୍କାର ବାବଦରେ ତାଙ୍କୁ କୋଡ଼ିଏ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଡକ୍ଟର ପଟ୍ଟନାୟକଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି।

ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ। ଭାରତୀୟ ଭାଷା ପ୍ରତିଷ୍ଠାନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି। ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଜନବିଦିତ। 

ଭାରତୀୟ ଭାଷା ପରିଷଦର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି. ଉମା ମହେଶ୍ଵର ରାଓ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ପ୍ରଧାନ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପି. କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡାଙ୍କୁ ନେଇ ଓଡ଼ିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କ ନାମକୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.