ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୮ ଲକ୍ଷର ନକଲି ଜର୍ଦ୍ଦା ଜବତ, ଜଣେ ଗିରଫ

ଭଦ୍ରକ, ୦୯/୦୨ : ଭଦ୍ରକ ଜିଲ୍ଲା ପୁରୁଣାବଜାର ଦାସ ସାହିରେ ଚାଲିଥିବା ନକଲି ଜର୍ଦ୍ଦା କାରଖାନା ଉପରେ ଚଢାଉ। ୩୦ କେଜିର ନକଲି ଜର୍ଦ୍ଦା ସହ ଆବଶ୍ୟକୀୟ ସାମଗ୍ରୀ ଓ ଯନ୍ତ୍ରାଂଶ ଜବତ। ଏହି ଅଭିଯୋଗରେ ଜଣେ ଗିରଫ ହୋଇଥିବା ବେଳେ ଅନ୍ୟ ଜଣେ ଫେରାର୍। 

ସୂଚନାନୁଯାୟୀ, ନକଲି ଜର୍ଦ୍ଦା କାରଖାନା ଚାଲିଥିବା ନେଇ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୁରୁଣାବଜାର ପୋଲିସ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା। ଦାସ ସାହିରେ ପୋଲିସ ଏକ ଘରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୩୦ କିଲୋ ଓଜନର ନକଲି ଜର୍ଦ୍ଦା ଜବତ ହୋଇଛି। ଜବତ ସାମଗ୍ରୀର ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ଜର୍ଦ୍ଦା ତିଆରି ପାଇଁ ଆବଶ୍ୟକ ଯନ୍ତ୍ରାଂଶ ପତି, କେମିକାଲ, ସେଣ୍ଟ୍ ଜବତ ହୋଇଛି। ପୁରୁଣାବଜାର ଥାନାରେ ୨୭ ନମ୍ବର କେସ ରୁଜୁ ହୋଇଥିବା ବେଳେ ଜଣେ ଅଭିଯୁକ୍ତ ଗିରଫ ହୋଇଛି। ଅନ୍ୟ ଜଣେ ଫେରାର ଥିବା ସୂଚନା ମିଳିଛି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.