ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ବୋଲେରୋ ଧକ୍କାରେ ବାପା ମୃତ, ପୁଅ ଗୁରୁତର

ଗୋଛାପଡ଼ା, ୩/୧୧ : ବୋଲେରୋ ଧକ୍କାରେ ବାପା ମୃତ, ପୁଅ ଗୁରୁତର । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ- ବାଲିଗୁଡା ରାସ୍ତାର ବନ୍ଧଗଡ଼ ପଞ୍ଚାୟତ ତେଲିମୁଣ୍ଡା ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଚାଲିଚାଲି ଯାଉଥିବା ବେଳେ ବାପ-ପୁଅଙ୍କୁ ବୋଲେରୋ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଆହତ ହୋଇଛନ୍ତି।

ସୂଚନାନୁଯାୟୀ, ଗୁରୁବାର ଯୁଗଳ ଓ ତାଙ୍କ ପୁଅ କୁଶ କୌଣସି କାମରେ ଫୁଲବାଣୀ ଯାଇ ଭୋର ସକାଳୁ କୌଣସି ଗାଡି ନମିଳିବାରୁ ଫୁଲବାଣୀରୁ ଏକ ଡାଲା ଗାଡ଼ିରେ ଫିରିଙ୍ଗିଆ ଯାଏ ଆସିଥିଲେ। ସେଠାରୁ  ସାରଙ୍ଗଗଡ଼କୁ ଚାଲିଚାଲି ଯାଉଥିବା ସମୟରେ ତେଲିମୁଣ୍ଡା ଛକ ନିକଟରେ ଫିରିଙ୍ଗିଆ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ଉଭୟଙ୍କୁ ପଛପଟୁ ଧକ୍କା ଦେଇଥିଲା I ଫଳରେ ଘଟଣା ସ୍ଥଳରେ ହିଁ ଯୁଗଳଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ କୁଶ ଆହତ ହୋଇଥିଲେ I 

ଦୁର୍ଘଟଣା ଘଟାଇ ଥିବା ବୋଲେରୋ ଘଟଣା ସ୍ଥଳରୁ ଫେରାର ମାରିବାକୁ ଚେଷ୍ଟା କରୁଥିବା ବେଳେ ଦୁର୍ଘଟଣା ସ୍ଥଳରୁ କିଛି ଦୂରରେ ଗାଡିର ଷ୍ଟାର୍ଟ ବନ୍ଦ ହୋଇଯାଇଥିଲା I ଫଳରେ  ଡ୍ରାଇଭର ଓ ବୋଲେରୋରେ ବସିଥିବା ଲୋକେ ରାସ୍ତା କଡରେ ଗାଡି ଛାଡି ଫେରାର ହୋଇଯାଇଥିଲେ I ଖବର ପାଇ ଫିରିଙ୍ଗିଆ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ସହାୟତାରେ ଶବକୁ ଫିରିଙ୍ଗିଆ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଦୁର୍ଘଟଣା ଘଟାଇ ଥିବା ବୋଲେରୋକୁ ଜବତ କରିଛି ପୁଲିସ। ଅଧିକ ତଦନ୍ତ ଜାରି ରଖିଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ I ତେବେ ବର୍ତମାନ ସୁଦ୍ଧା ଦୁର୍ଘଟଣା ଘଟାଇଥିବା ଗାଡି ଡ୍ରାଇଭରଙ୍କ କୌଣସି ପତ୍ତା ମିଳି ନାହିଁ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.