ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବିଜେପିରେ ମିଶିଲେ ପୂର୍ବତନ ବରୀ ବିଧାୟକ ଦେବାଶିଷ ନାୟକ

ଭୁବନେଶ୍ବର,୨୫।୨  ପୂର୍ବତନ ବରୀ ବିଧାୟକ ଦେବାଶିଷ ନାୟକ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। 

ସୂଚନାଯୋଗ୍ୟ ଯେ, ପୂର୍ବତନ ବରୀ ବିଧାୟକ ଦେବାଶିଷ ନାୟକ ରବିବାର ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ନିଜର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ  ପଠାଇଥିଲେ। ଏହାର କିଛି ସମୟ ପରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଦେବାଶିଷ ୪ଥର ବିଧାୟକ ରହିଛନ୍ତି । ବିଜେଡିରୁ ୨୦୦୦ଓ ୨୦୦୪ରେ ସେ ବରୀ-ଡେରାବିଶ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ପରେ ବରୀ ବିଧାନସଭା ନିର୍ବାଚନ ମଣ୍ଡଳରୀରୁ  ୨୦୦୯  ଏବଂ ୨୦୧୪ ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।  ସେ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ରହିଥିଲେ।  ତେବେ ୨୦୧୯ ନିର୍ବାଚନରେ ତାଙ୍କୁ ବିଜେଡି ଟିକଟ ମିଳି ନ ଥିଲା। ତାଙ୍କ ବଦଳରେ ବରୀ ବ୍ଲକ ଅଧ୍ୟକ୍ଷା ଥିବା ସୁନନ୍ଦ ଦାସଙ୍କୁ ବରୀରୁ ଟିକେଟ ମିଳିଥିଲା। ଏହାକୁ ନେଇ ସେ ଅସନ୍ତୁଷ୍ଟ ଥିଲେ।  

ସେହିପରି ଅତାବିରାର ପୂର୍ବତନ କଂଗ୍ରେସ ବିଧାୟକ ନିହାର ରଂଜନ ମହାନନ୍ଦ କଂଗ୍ରେସ ଛାଡି  ବିଜେପିରେ ସାମିଲ ହୋଇଛନ୍ତି।  ଏନଟିପିସିର ପୂର୍ବତନ ନିର୍ଦେଶକ ଗୁଣମଣି ବିଶ୍ବାଳ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମସ୍ତେ ବିଜେପିରେ ଯୋଗ ଦେଇଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.