ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ, ୪ ଥର ବିଧାୟକ ଥିଲେ

Published By : Ankita S | March 9, 2025 7:29 AM

ଭୁବନେଶ୍ବର,୦୯/୦୩: ଆଉ ନାହାନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ । ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କର ପରଲୋକ ହୋଇଛି । ରବିବାର ଭୋର ୪ଟା ୧୫ ମିନିଟ୍ ସମୟରେ ଭୁବନେଶ୍ବର ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନ ହେବ ସେ ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ ଥିଲେ ।  ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗ ଖବରରେ ରାଜନୈତକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ ଅନନ୍ତ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ । ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଅନନ୍ତ ଦାସ ଉଚ୍ଚ ଶିକ୍ଷା ଏବଂ ଶିଳ୍ପ ମନ୍ତ୍ରୀ ଥିଲେ । ୧୯୪୦ ମସିହା ଅଗଷ୍ଟ ୨୮ରେ ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତ କୁରୁଟିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ଏମଏ ଏଲଏଲବି କରିବା ପରେ ସରକାରୀ ଚାକିରି କରିଥିଲେ । ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇଥିଲେ ।

ଭଦ୍ରକର ଏଡିଏମ ଭାବେ କାର୍ଯ୍ୟ କରି ଅବସର ନେବା ପରେ ଅନନ୍ତ ଭୋଗରାଇ ବିକାଶ ପରିଷଦ ଗଠନ କରିଥିଲେ । ଭୋଗରାଇର ଉନ୍ନତୀ ଥିଲା ତାଙ୍କର ଏକମାତ୍ର ଲକ୍ଷ୍ୟ । ସେ ଏନସିପିରୁ ତାଙ୍କର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । ମାତ୍ର ୨୦୦୪ ନିର୍ବାଚନରେ ବିଜେଡିରୁ ଟିକେଟ୍ ପାଇଥିଲେ । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ବିଜୟୀ ହୋଇ ବିଧାନସଭାରେ ପାଦ ଥାପିଥିଲେ ।

୨୦୦୪ ଓ ୨୦୧୯ ମଧ୍ୟରେ ଲଗାତାର ୪ଥର ବିଧାୟକ ଥିଲେ । ଏହାସହ ନବୀନଙ୍କ ମନ୍ତ୍ରମଣ୍ଡଳରେ ବହୁ ଗୁରୁତ୍ବପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହୋଇଥିଲେ । ନବୀନ ସରକାରଙ୍କ ସମୟରେ ସେ ଉଚ୍ଚଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଥିଲେ । ବିଜେଡି ସଂଗଠନର ଜଣେ ପୁରୁଖା ନେତା ଥିଲେ । ଏହା ସହା ରାଜ୍ୟ ସରକାରଙ୍କ ମୁଖ୍ୟ ସଚେତକ ଏବଂ ବାଲେଶ୍ବର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସମେତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ସଫଳତାର ସହ ତୁଲାଇଥିଲେ ।

ଅନନ୍ତ ଦାସଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ଶୋକବ୍ୟକ୍ତ କରି ସେ କହିଛନ୍ତି, ''ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ।''

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.