ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମାଲକାନଗିରି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ୪ର୍ଥ ଜାତୀୟ ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ

ମାଲକାନଗିରି - ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ଆଜି ମାଲକାନଗିରି ଜିଲ୍ଲା ଆଇନ ସେବା ପ୍ରାଧିକରଣ ,ତାଲୁକ ଆଇନ ସେବା ପ୍ରାଧିକରଣ ମୋଟୁ ଏବଂ JMFC, ମାଥିଲି ଓ JMFC, କୁଡୁମୁଳୁ ଗୁମ୍ମା, ଗ୍ରାମ ନ୍ୟାୟକାରୀ, କୋରୁକୋଣ୍ଡା, ମାଲକାନଗିରି ଦ୍ୱାରା , ଜାତୀୟ ସ୍ତରୀୟ ଲୋକ ଅଦାଲତ ମାଲକାନଗିରିର ସମସ୍ତ ବିଚାରାଳୟ ତଥା ମାଥିଲି, ମୋଟୁ, କୁଡୁମୁଳୁଗୁମ୍ମା ଠାରେ ମଧ୍ୟ ଅନୁଷ୍ଠିତ ହୋଇ ଯାଇଛି। 

ଏହି ଲୋକ ଅଦାଲତରେ ଅନ୍ୟ ମାନଙ୍କ ମଧ୍ୟରେ ମାଲକାନଗିରି ଜିଲ୍ଲା ଜଜ୍‌ ତଥା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷା ଶ୍ରୀମତୀ ଅଜନ୍ତା ଷଡଙ୍ଗୀ, ଅତିରିକ୍ତ ଜିଲ୍ଲା ଜଜ୍‌ ଉଦୟ ଭାନୁ ଜେନା, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାକରି ସତ୍ୟ ପ୍ରିୟ ଦାସ , ବରିଷ୍ଠ ଦେବନି ବିଚାରପତି ବିଜୟ କୁମାର ଦାସ, ଜିଲ୍ଲା ଆଇନ ସେବା ପ୍ରାକରଣ ସଚିବ ତଥା ବରିଷ୍ଠ ଦେବନି ବିଚାରପତି ରାକେଶ କୁମାର ମୁଦୁଲି, ବରିଷ୍ଠ ଦେବନି ବିଚାରପତି( ମହିଳା କୋର୍ଟ) ଶ୍ରୀମତୀ ବବିତା ଦାସ, ରେଜିଷ୍ଟାର ସିଭିଲ କୋର୍ଟ ଅରୂପ ନାୟକ, ଉପଖଣ୍ଡ ଦଣ୍ଡାକରି  ରୁଦ୍ର ପ୍ରକାଶ ନାୟକ ଏବଂ ଗ୍ରାମ ନ୍ୟାୟଧକାରୀ ଦେବେନ୍ଦ୍ରନାଥ ବାଘ, ପ୍ରଥମ ଶ୍ରେଣୀ ଦଣ୍ଡାକରି,ମାଥିଲି ପଦ୍ମଲାଭ ମାଝି , ପ୍ରଥମ ଶ୍ରେଣୀ ଦଣ୍ଡାକରି , ମୋଟୁ ପ୍ରବୀଣ କୁମାର ହୋତା ଓ ପ୍ରଥମ ଶ୍ରେଣୀ ଦଣ୍ଡାକରି ,କୁଡୁମୁଳୁ ଗୁମ୍ମା ଶ୍ରୀଯୁକ୍ତ ସୁମନ୍ତ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରକାର ମୋକଦମାର ଫଇସଲା କରିଥିଲେ।

ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ମୋଟ ୩୫୨୭ ଗୋଟି ମୋକଦ୍ଦମାର ଫଇସଲା କରାଯାଇ ୧୦୦୫, ୬୦୧୪ ଟଙ୍କା ଧାର୍ଯ୍ୟ କରାଯାଇ ଥିଲା। ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ, ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ସିଜେଏମ କୋର୍ଟ, ସବ ଜଜ କୋର୍ଟ, ଏସଡ଼ିଜେଏମ କୋର୍ଟ , ମୋଟୁ ଜେଏମଏଫସି କୋର୍ଟ, ମାଥୁଲି ଜେଏମଏଫସି କୋର୍ଟ, କୁଡୁମୁଳୁଗୁମ୍ମା ଜେଏମଏଫସି କୋର୍ଟ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ , ମାଲକାନଗିରି ଓ ତାଲୁକ ଆଇନ ସେବା ସମିତି , ମୋଟୁର ସମସ୍ତ କର୍ମଚାରୀ ଓ ମାଲକାନଗିରି ଓ ମୋଟୁର ଓକିଲ ସଂଘର ସଭ୍ୟଗଣ ଉପସ୍ଥିତ ରହି ଅଦାଲତ କାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.